Posted inଖେଳ

ବୁମରାଙ୍କ ଡବଲ ବ୍ରେକ୍‌ ଥ୍ରୁ ସତ୍ତ୍ୱେ ନିଶ୍ଚିତ ନୁହେଁ ଭାରତର ବିଜୟ

ସେଞ୍ଚୁରିଆନ,୨୯।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଚତୁର୍ଥ ଦିନ ଶେଷ ଆଡ଼କୁ ଟିମ୍‌ ଇଣ୍ଡିଆକୁ ଡବଲ ବ୍ରେକ୍‌ ଥ୍ରୁ ଆଣି ଦେଇଛନ୍ତି ଯଶପ୍ରୀତ ବୁମରା। ଫଳରେ ୩୦୫ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଘରୋଇ ଦଳ ଏବେ ୪ ଉଇକେଟ ହରାଇ ୯୪ ରନ୍‌ କରିଛି। ଦଳକୁ ବିଜୟ ପାଇଁ ବଳକା ୬ ଉଇକେଟରେ ୨୧୧ ରନ୍‌ ଦରକାର। ଏଭଳି ପରିସ୍ଥିତି ସତ୍ତ୍ୱେ ଭାରତୀୟ ଦଳକୁ ମ୍ୟାଚ୍‌ ଜିତିବା ଲାଗି ଭାଗ୍ୟ ଉପରେ ନିର୍ଭର କରିବାକୁ ପଡ଼ିବ। କାରଣ ସେଞ୍ଚୁରିଆନରେ ଗୁରୁବାର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ବ୍ୟତୀତ କ୍ରିଜରେ ସେଟ୍‌ ଥିବା ଅଧିନାୟକ ଡିନ ଏଲଗାର (୫୨) ଭାରତୀୟ ଦଳର ବିଜୟରେ ବାଧା ଦେବେ ନିଶ୍ଚିତ।

ପ୍ରଥମ ଇନିଂସରେ ଭାରତ ୩୨୭ ରନ୍‌ କରିଥିବା ବେଳେ ୧୯୭ ରନ୍‌ରେ ସୀମିତ ରହିଥିଲା ଦକ୍ଷିଣ ଆଫ୍ରିକା। ୧୩୦ ରନ୍‌ରେ ଆଗୁଆ ଥିବା ଟିମ୍‌ ଇଣ୍ଡିଆର ଦ୍ୱିତୀୟ ଇନିଂସ ୧୭୪ ରନ୍‌ରେ ଅଟକି ଯାଇଥିଲା। ଫଳରେ ଘରୋଇ ଦଳ ଆଗରେ ଛିଡ଼ା ହୋଇଛି ୩୦୫ ରନ୍‌ର ବିଜୟଲକ୍ଷ୍ୟ। ମଙ୍ଗଳବାର ଭଳି ବୁଧବାର ମଧ୍ୟ ଉଇକେଟ ପତନ ଘଟିଥିଲା। ତୃତୀୟ ଦିନରେ ୧୮ ଉଇକେଟ ପଡ଼ିଥିବା ବେଳେ ଚତୁର୍ଥ ଦିନ ୧୩ ଉଇକେଟ ପଡ଼ିଛି। ଏଲଗାରଙ୍କ ଅପରାଜିତ ଅର୍ଦ୍ଧଶତକ ଯୋଗୁ ଦକ୍ଷିଣ ଆଫ୍ରିକା ୯୪ ରନ କରିଛି। ଭାରତୀୟ ଦଳ ପାଇଁ ବୁମରା ୨ ଉଇକେଟ ନେଇଥିବା ବେଳେ ମହମ୍ମଦ ଶାମି ଓ ସିରାଜ ଗୋଟିଏ ଲେଖାଏ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri