ଜାତିସଂଘରେ ତେଜିଲା ଭାରତର ସ୍ବର: ସୁରକ୍ଷା ପରିଷଦ ସଂଶୋଧନ କରିବାକୁ ଦାବି

ଜେନେଭା, ୧।୯: ଜାତିସଂଘରେ ଭାରତ ସ୍ବର ଅଧିକ ଶାଣିତ ହେବାରେ ଲାଗିଛି। ସୁରକ୍ଷା ପରିଷଦ ସଂଶୋଧନ କରିବା ନେଇ ଭାରତ ଜାତିସଂଘ ଜେନେରାଲ ଆସେମ୍ବ୍ଲି ଅଧ୍ୟକ୍ଷଙ୍କୁ ଲେଖାଯାଇଥିବା ଚିଠିରେ ଦାବି କରିଛି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଭାରତ କହିଛି। ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ଏକବିଂଶ ଶତାବ୍ଦୀର ଭୂ ରାଜନୈତିକ ବାସ୍ତବିକତାକୁ ପ୍ରତିଫଳିତ କରୁ ନ ଥିବା ଭାରତ କହିଛି। ଏଣୁ ଏହାର ମୂଳ ଢାଞ୍ଚାରେ ପରିବର୍ତ୍ତନର ଆବଶ୍ୟକତା ଥିବା ଭାରତ ପକ୍ଷରୁ କୁହାଯାଇଛି। ଜି-୪ ସଦସ୍ୟଙ୍କ ପକ୍ଷରୁ ଲେଖା ଯାଇଥିବା ଏହି ଚିଠିରେ ଭାରତ, ବ୍ରାଜିଲ୍‌, ଜର୍ମାନୀ ଏବଂ ଜାପାନ ପକ୍ଷରୁ ସଂଶୋଧନ ଉପରେ ଗୁରୁତ୍ୱାରୋପ କରାଯାଇଛି। ଗତ ୧୦ ବର୍ଷ ଧରି ସଂଶୋଧନ ପ୍ରକିୟା ଅଟକି ରହିଥିବା ଚିଠିରେ ଉଲ୍ଲେଖ କରାଯାଇଛି। ୧୯୪୫ଠାରୁ ସ୍ଥାପିତ ହୋଇଥିବା ସୁରକ୍ଷା ପରିଷଦରେ ପୃଥିବୀର ପରିବର୍ତ୍ତିତ ଭୌଗୋଳିକ ସ୍ଥିତି ଆଧାରରେ କୌଣସି ସଂଶୋଧନ କରାଯାଇ ନ ଥିବାରୁ ଜି-୪ ସଦସ୍ୟଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ଚାଇନା ସୁରକ୍ଷା ପରିଷଦରେ ସଂଶୋଧନ ଚାହୁଁ ନାହିଁ। ଏପରିସ୍ଥଳେ ଭାରତର କାର୍ଯ୍ୟାନୁଷ୍ଠାନ ଦାବି ଚାଇନାକୁ ଚିନ୍ତାରେ ପକାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଜନା ଆଗରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍‌ଙ୍କ କୂଟନୀତି କାମ ଦେଉ ନ ଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri