Posted inଖେଳ

ଇତିହାସ ରଚିଲା ଭାରତୀୟ ମହିଳା ଟିମ୍‌: ‘ଲନ୍‌ ବଲ୍‌’ରେ ଜିତିଲା ସ୍ବର୍ଣ୍ଣ ପଦକ

ବର୍ମିହାମ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଇତିହାସ ରଚିଛି ଭାରତୀୟ ମହିଳା ଟିମ୍‌। ଲନ୍‌ ବଲ୍‌ ମୁକାବିଲାର ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକାକୁ ୧୭-୧୦ରେ ପରାଜିତ କରି ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ପ୍ରଥମ ଥର ପାଇଁ ଏହି ଇଭେଣ୍ଟରେ ଦଳ ଭାଗ ନେଇଥିବା ବେଳେ ୯୬ ବର୍ଷ ପରେ ସ୍ବର୍ଣ୍ଣ ଜିତି ଇତିହାସ ରଚିଛି।

ସୋମବାର ଦଳ ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ପ୍ରବେଶ କରିଥିଲା। ମଙ୍ଗଳବାର ଅଢ଼େଇ ଘଣ୍ଟା ଧରି ଚାଲିଥିବା ଫାଇନାଲ ମୁକାବିଲାରେ ଭାରତୀୟ ମହିଳା ଟିମ୍‌ର ଲଭ୍‌ଲୀ ଚୌବେ, ପିଙ୍କି, ନୟନମଣି ସାଇକିଆ ଏବଂ ରୂପା ରାଣୀ ତିର୍କି ଦମ୍‌ଦାର ପ୍ରଦର୍ଶନ କରି ପଦକ ଜିତିଛନ୍ତି।

ଏହି ପଦକ ସହ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତର ପଦକ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏଥିରେ ୪ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୩ କାଂସ୍ୟ ପଦକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri