Posted inଜାତୀୟ

ମତଦାନରେ ଭାରତର ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩ା୬: ଭାରତୀୟ ନିର୍ବାଚନ କମିଶନଙ୍କ ପ୍ରେସ୍‌ମିଟ୍‌ ସୋମବାର ଆରମ୍ଭ ହୋଇଛି। ଏହି ପ୍ରେସ୍‌ମିଟ୍‌ରେ ନିର୍ବାଚନ କମିଶନ ରାଜୀବ କୁମାର କହିଛନ୍ତି, ମତଦାନରେ ଭାରତ ବିଶ୍ୱ ରେକର୍ଡ କରିଛି। ଖାଲି ଏତିକି ନୁହେଁ, ଉକ୍ତ ପ୍ରେସ୍‌ମିଟ୍‌ରେ ଛିଡ଼ା ହୋଇ ଇସିଆଇ ମହିଳା ଭୋଟରଙ୍କୁ ସମ୍ମାନ ଜଣାଇଛନ୍ତି। ୩୧ କୋଟିରୁ ଅଧିକ ମହିଳା ଭୋଟରଙ୍କୁ ନେଇ ମତଦାନ ହୋଇଥିବା ସେ କହିଛନ୍ତି। ଏଥିରେ ଖୁସି ବ୍ୟକ୍ତ କରିଛନ୍ତି ନିର୍ବାଚନ କମିଶନ। ୨୦୧୯ଠାରୁ ୨୦୨୪ରେ ଅଧିକ ମହିଳା ଭୋଟର ରହିଥିବା ସେ କହିଛନ୍ତି। ୨୭ ରାଜ୍ୟରେ ରିପୋଲିଂ ବା ପୁନଃ ମତଦାନ ହୋଇ ନ ଥିବା ସେ କହିଛନ୍ତି।

ସେହିପରି ଜମ୍ମୁ ଓ କାଶ୍ମୀରରେ ଗତ ୪ ଦଶନ୍ଧୀରେ ସବୁଠୁ ଅଧିକ ମତଦାନ ହୋଇଛି । ଉପତ୍ଯକାରେ ୫୧.୦୫ ପ୍ରତିଶତ ପୋଲିଂ ହୋଇଛି । ମାତ୍ର ୩୯ଟି ବୁଥରେ ପୁନର୍ବାର ମତଦାନ ହୋଇଛି । ସାରା ଦେଶରେ ଶାନ୍ତି ଶୃଙ୍ଖଳାର ସହ ପୋଲିଂ ସରିଛି । ସାତଟି ପର୍ଯ୍ୟାୟରେ ହୋଇଥିବା ମତଦାନରେ କୌଣସି ବଡ଼ ହିଂସାକାଣ୍ଡ ଘଟିନି । ଏହି ନିର୍ବାଚନରେ ୬୮ ହଜାର ମନିଟରିଂ ଟିମ, ଦେଢ କୋଟି ପୋଲିଂ ଓ ସୁରକ୍ଷା କର୍ମଚାରୀ ନିୟୋଜିତ ଥିଲେ । ୪ ଲକ୍ଷ ଯାନବାହନ, ୧୩୫ ସ୍ବତନ୍ତ୍ର ଟ୍ରେନ୍‌, ୧୬୯୨ ବିମାନ, ହେଲିକପ୍ଟର ଆଦି ବ୍ୟବହାର କରାଯାଇଥିଲା। ୪୯୫ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରୁ ୯୦ ପ୍ରତିଶତ ସମାଧାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri