ନିର୍ବାଚନ ପୂର୍ବରୁ ଠାବ ହେଲା ଦେଶୀ ବନ୍ଧୁକ କାରଖାନା

ରାଇକିଆ,୧ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ଦେଶୀ ବନ୍ଧୁକ ତିଆରି କାରଖାନ ଠାବ କରିଛି। ଦେଶୀ ବନ୍ଧୁକ ତିଆରି କରିବା ଅଭିଯୋଗରେ ସୋମବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ  ରାଇକିଆ ଥାନା କତିଙ୍ଗିଆ ପଞ୍ଚାୟତର ରିଶିଗୁଡ଼ା ଗ୍ରାମର ମୁନିବର ମଲିକ। ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ଏବଂ ବନ୍ଧୁକ ତିଆରି ପାଇଁ ବ୍ୟବହୃତ ହେଉଥିବା ବିଭିନ୍ନ ସାମଗ୍ରୀ ଜବତ କରିଛି।  ଏ ନେଇ ରାଇକିଆ ଥାନାରେ ଏକ ମାମଲା(ନଂ. ୪୧/୨୪) ରୁଜୁ ହୋଇଛି ।
୨୦୧୯ରେ ମଧ୍ୟ ବେଆଇନ ବନ୍ଧୁକ ତିଆରି କରିବା ଅଭିଯୋଗରେ ମୁନିବରଙ୍କୁ ଗିରଫ କରାଯାଇଥିଲା। ସେ ଜେଲରୁ ଫେରିବା ପରେ ପୁଣି  ବନ୍ଧୁକ ତିଆରି କରିବା ଅଭିଯୋଗ ଗିରଫ ହୋଇଥିବା ନେଇ ଜି ଉଦୟଗିରି ଏସ୍‌ଡିପିଓ ବିଜୟ କୁମାର ବିଶି ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।
ନିର୍ବାଚନକୁ ଦୃଷ୍ଟିରେ ରଖି କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଯେପରି ନ ଉପୁଜେ ସେ ନେଇ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି। ଗତ ସପ୍ତାହରେ ରାଇକିଆ ଥାନା ରଣବା ପଞ୍ଚାୟତର କାନସୁର ଅଞ୍ଚଳରୁ ମଧ୍ୟ ଜଣେ ବ୍ୟକ୍ତିଙ୍କଠାରୁ ବନ୍ଧୁକ ଓ ଗୁଳି ଜବତ କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି ଛାତ୍ରୀ କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri