Posted inଜାତୀୟ

ବାୟୁସେନାରେ ସ୍ବଦେଶୀ ହେଲିକପ୍ଟର ଏଲସିଏଚ…

ଯୋଧପୁର,୩।୧୦ : ବାୟୁସେନାରେ ଆନୁଷ୍ଠାନିକ ଭାବରେ ବିକଶିତ ଲାଇଟ କମ୍ବାଟ ହେଲିକପ୍ଟର (ଏଲସିଏଚ)କୁ ସୋମବାର ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବାୟୁସେନା ମୁଖ୍ୟ ମାର୍ଶଲ ଭି.ଆର ଚୌଧୁରୀଙ୍କ ଉପସ୍ଥିତିରେ ଯୋଧପୁରର ବାୟୁସେନା ଷ୍ଟେଶନରେ ଆୟୋଜିତ ହୋଇ ଥିବା କାର୍ଯ୍ୟକ୍ରମରେ ଏଲସିଏଚ ବାୟୁସେନାରେ ସାମିଲ ହୋଇଛି।

ଏହା ବାୟୁସେନାର ଶକ୍ତିକୁ ଆହୁରି ବୃଦ୍ଧି କରିବ। ଏହି ବହୁମୁଖୀ ହେଲିକପ୍ଟର ଏକାଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିବାରେ ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବାରେ ସକ୍ଷମ। ସାର୍ବଜନୀନ କ୍ଷେତ୍ରର କାର୍ଯ୍ୟ କରୁଥିବା ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ଏଚଏଏଲ) ଦ୍ୱାରା ଏହା ବିକଶିତ ହୋଇଛି। ଏହାକୁ ମୁଖ୍ୟତଃ ଉଚ୍ଚ ଉଚ୍ଚତା ଅଞ୍ଚଳରେ ନିୟୋଜିତ ହେବା ପାଇଁ ପରିକଳ୍ପନା କରାଯାଇଛି। ୫.୮ ଟନ ଓଜନ ବିଶିଷ୍ଟ ଏହି ହେଲିକପ୍ଟରରେ ଦୁଇଟି ଇଞ୍ଜିନ ରହିଛି। ପୂର୍ବରୁ ବହୁ ଅସ୍ତ୍ରଶସ୍ତ୍ର ଏହା ମାଧ୍ୟମରେ ବ୍ୟବହାର କରାଯାଇସାରିଛି।

ଚଳିତ ବର୍ଷ ମାର୍ଚ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା କ୍ୟାବିନେଟ କମିଟି (ସିସିଏସ) ୩,୮୮୭ କୋଟି ଟଙ୍କାରେ ୧୫ଟି ସ୍ବଦେଶୀ ଏଲସିଏଚ କ୍ରୟକୁ ଅନୁମୋଦନ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ଏହି ହେଲିକପ୍ଟର ମଧ୍ୟରୁ ୧୦ ଟି ବାୟୁସେନା ଏବଂ ପାଞ୍ଚଟି ସ୍ଥଳସେନା ପାଇଁ କାର୍ଯ୍ୟକରିବ। ଅଧିକାରୀ କହିଛନ୍ତି ଯେଏହା ଆଡଭାନ୍ସ ଲାଇଟ ହେଲିକପ୍ଟର ଧ୍ରୁବ ସହ ସମାନ।

ଏହାର ଷ୍ଟିଲଥ୍‌ ବୈଶିଷ୍ଟ୍ୟ, ବିକଶିତ ସୁରକ୍ଷା ବ୍ୟବସ୍ଥା, ରାତ୍ରି କାଳୀନ ଆକ୍ରମଣ ଏବଂ ଜରୁରୀକାଳୀନ ଅବତରଣ କ୍ଷମତା ରହିଛି। ହାଲୁକା ହୋଇଥିବାରୁ ଏହା କ୍ଷେପଣାସ୍ତ୍ର ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ସହିତ ଉଚ୍ଚ ଉଚ୍ଚତା ଅଞ୍ଚଳରେ ଆରାମରେ କାର୍ଯ୍ୟ କରିପାରିବାକୁ ସକ୍ଷମ।

ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ ଏହି ହେଲିକପ୍ଟରଗୁଡିକରେ ୪୫ ପ୍ରତିଶତ ସ୍ବଦେଶୀ ଉପକରଣ ବ୍ୟବହୃତ ହୋଇଛି। ଯାହା ପରବର୍ତ୍ତୀ ସଂସ୍କରଣରେ ୫୫ ପ୍ରତିଶତକୁ ବୃଦ୍ଧି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri