ଆଦିବାସୀ ଛାତ୍ର ମନୋଜ ହେଲେ ଗଣିତ ଅଧ୍ୟାପକ

ପାଟଣା,୨୩।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ଗ୍ରାମର ଝାଟିଆଳି ସାହିର ମନୋଜ କୁମାର ଦଣ୍ଡପାଟ ଗଣିତ ଅଧ୍ୟାପକ ଭାବେ ନିଯୁକ୍ତି ପାଇଛନ୍ତି। ଓଡିଶା ଷ୍ଟେଟ ସିଲେକ୍ସନ ବୋର୍ଡ ଦ୍ୱାରା ହୋଇଥିବା ଅଧ୍ୟାପକ ପରୀକ୍ଷାରେ ଅନୁସୂଚିତ ଜାତି ବର୍ଗ ର଼୍ୟାଙ୍କ-୧ରେ ରହି କୃତକାର୍ଯ୍ୟ ହୋଇଛନ୍ତି। ଗତ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଲୋକ ସେବା ଭବନ ଭୁବନେଶ୍ୱରରେ ତାଙ୍କୁ ଏହି ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।
ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଗଣିତ ଅଧ୍ୟାପକ ଭାବେ ଯୋଗ ଦାନ କରିବେ। ମାତ୍ର ଅଷ୍ଟମ ଶ୍ରେଣୀ ବେଳୁ ମନୋଜ ତାଙ୍କ ବାପା ଡାକ୍ତର ଦଣ୍ଡପାଟଙ୍କୁ ହରାଇଥିଲେ। କିନ୍ତୁ ଅଧ୍ୟବସାୟ ଓ କଠିନ ପରିଶ୍ରମ ବଳରେ ସେ ତାଙ୍କ ମାମୁ ମଙ୍ଗଳା ନାଏକଙ୍କ ପ୍ରତ୍ସାହନରେ ଆଉ କେବେ ପଛକୁ ଫେରି ଚାହିଁ ନାହାନ୍ତି। ତାଙ୍କ ସଫଳତାର ଶ୍ରେୟ ସେ ତାଙ୍କ ମାମୁ, ବିଦ୍ୟାଳୟ ଶିକ୍ଷକ ଓ ମହାବିଦ୍ୟାଳୟର ଅଧ୍ୟାପକଙ୍କୁ ଦେଇଛନ୍ତି। ମନୋଜ ମିରିଖୋଜି କୁଣ୍ଡଳା ହାଇସ୍କୁଲରେ ମାଟ୍ରିକ ପାସ କଲା ପରେ ଭୁବନେଶ୍ୱରରେ ପାଠ ପଢ଼ି ୯୪.୬ ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ। ଯୁକ୍ତ ୩ ରେ ତାଙ୍କର ସଫଳତା ପାଇଁ ତାଙ୍କୁ ଗୋଲ୍ଡ ମେଡାଲ ମଧ୍ୟ ମିଳିଥିଲା। ପରେ ସେ କିଟ ବିଶ୍ୱ ବିଦ୍ୟାଳୟ ରେ ଗଣିତରେ ଏମଏସସିରେ ୯୪.୧ ପ୍ରତିଶତ ନମ୍ବର ରଖିକୃତ କାର୍ଯ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?