ନ୍ୟାୟ ପାଇଁ ପ୍ରେମିକଙ୍କ ଘରେ ଆଦିବାସୀ ପୀଡ଼ିତା

ମହାକାଳପଡ଼ା,୧୪ା୫ (ଡି.ଏନ.ଏ.): କନ୍ଧମାଳ ଜଲା ଦାରିଙ୍ଗବାଡ଼ି ଅଞ୍ଚଳର ଆଦିବାସୀ ଯୁବତୀ ଝିଲିମା ପ୍ରଧାନ (୨୪) ନ୍ୟାୟ ପାଇଁ ପ୍ରେମିକ ଘରେ ପହଞ୍ଚି ନ୍ୟାୟ ଦାବି କରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନାରେ ଶୁକ୍ରବାର ଲିଖିତ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ବ୍ଲକର ଖରିନାସୀ ଗ୍ରାମ କାଳିବାଡ଼ି ଅଞ୍ଚଳର ରାକେଶ ବୈରାଗୀ (୨୮)ଙ୍କ ସହ ୨୦୧୩ ମସିହାରେ ଆନ୍ଧ୍ର ପ୍ରଦେଶର ଏକ ସୂତା ମିଲରେ କାମ କରୁଥିବା ବେଳେ ଝିଲିମାଙ୍କ ସାକ୍ଷାତ ହୋଇଥିଲା। ପରବର୍ତ୍ତୀ ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୁଦୃଢ ହୋଇଥିଲା। ୨୦୧୭ରେ ଉଭୟେ ଏକ ଘର ଭଡ଼ା ନେଇ ଜୀବନ ଅତିବାହିତ କରିଥିଲେ। ପରେ ଆନ୍ଧ୍ର ପ୍ରଦେଶର ଏକ ମନ୍ଦିରରେ ରାକେଶ ଝିଲିମାଙ୍କୁ ଶଙ୍ଖା ସିନ୍ଦୂର ପିନ୍ଧାଇ ସ୍ତ୍ରୀର ମାନ୍ୟତା ପ୍ରଦାନ କରିଥିଲେ ବୋଲି ପୀଡିତା କହିଛନ୍ତି। ପରବର୍ତ୍ତୀ ସମୟରେ ରାକେଶ ଝିଲିମାଙ୍କୁ ଡାକ୍ତରଖାନାକୁ ଦୁଇଥର ନେଇ ଗର୍ଭ ନଷ୍ଟ କରିଥିଲେ। ଝିଲିମା ରାକେଶ ଘରକୁ ଦୁଇଥର ଆସି ଶୁଦ୍ଧକ୍ରିୟାରେ ଯୋଗଦେଇ ପରିବାର ସହ ମିଶିଥିଲେ। ପରେ ଉଭୟେ ମିଶି ପୁଣି ଆନ୍ଧ୍ର ପ୍ରଦେଶ ସୂତା ମିଲରେ କାମ କରିବାକୁ ପଳାଇ ଥିଲେ। ହେଲେ ରାକେଶ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରି ଘରକୁ ଆଣିଥିବା କୁହାଯାଇଛି। ଏହି ଖବରପାଇ ସୁଦୂର ଦାରିଙ୍ଗବାଡି ଅଞ୍ଚଳରୁ ଝିଲିମା ଛୁଟି ଆସିଛନ୍ତି ଖରିନାସୀ ରାକେଶଙ୍କ ଘରକୁ। ରାକେଶଙ୍କ ଘରେ ଝିଲିମା ପହଞ୍ଚତ୍ଲା ପରେ ପରିବାର ଲୋକେ ଧକ୍କା ଦେଇ ତାଙ୍କୁ ଘରୁ ବାହାରକୁ ବିଦା କରି ଦେଇଥିଲେ। ଉପାୟ ଶୂନ୍ୟ ହୋଇ ଝିଲିମା ନ୍ୟାୟ ପାଇଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଥିସହ ସେ ରାକେଶଙ୍କ ଦୁଆର ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସି ରହିଛନ୍ତି। ଏ ସମ୍ପର୍କରେ ଆଇଆଇସି ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଚାଲିଛି ବୋଲି ସେ କହିଛନ୍ତି। ଏ ନେଇ ଥାନାରେ ନଂ. ୬୪/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?