Posted inଜାତୀୟ

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର ଓଡ଼ିଶାର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ITR) ରୁ ‘ପିନାକା ଲଙ୍ଗ୍ ରେଞ୍ଜ୍ ଗାଇଡେଡ୍ ରକେଟ୍’ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ସମୟରେ ରକେଟ୍‌ଟି ଆକାଶରେ ସମସ୍ତ ନିର୍ଦ୍ଧାରିତ ମାନଦଣ୍ଡ ପୂରଣ କରିବା ସହ ୬୦ କିଲୋମିଟର ଦୂରରେ ଥିବା ଲକ୍ଷ୍ୟସ୍ଥଳକୁ ଅତି ସଠିକ୍ ଭାବେ ଭେଦ କରିଛି।

ଭାରତୀୟ ସେନା ପକ୍ଷରୁ DRDO ନିକଟରେ ଏଭଳି ଏକ ରକେଟ୍ ପ୍ରଣାଳୀ ବିକଶିତ କରିବାକୁ ଦାବି ହୋଇଥିଲା, ଯାହା ଅତିକମରେ ୬୦ କିଲୋମିଟର ଦୂରରେ ଥିବା ଶତ୍ରୁ ଶିବିରକୁ ସଫଳତାର ସହ ଧ୍ୱଂସ କରିପାରିବ। ଏହାପରେ DRDO ର ‘ହାଇ ଏନର୍ଜି ମ୍ୟାଟେରିଆଲ୍ସ ରିସର୍ଚ୍ଚ ଲାବୋରେଟୋରୀ’ ଏବଂ ‘ଆର୍ମାମେଣ୍ଟ ରିସର୍ଚ୍ଚ ଆଣ୍ଡ ଡେଭେଲପମେଣ୍ଟ ଏଷ୍ଟାବ୍ଲିସମେଣ୍ଟ’ ମିଳିତ ଭାବେ ଏହାକୁ ପ୍ରସ୍ତୁତ କରିଛନ୍ତି। ଏହାସହ ‘ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପମେଣ୍ଟ ଲାବୋରେଟୋରୀ’ ଏବଂ ‘ରିସର୍ଚ୍ଚ ସେଣ୍ଟର ଇମାରତ’ ମଧ୍ୟ ଏହି ପ୍ରୋଜେକ୍ଟରେ ବୈଷୟିକ ସହାୟତା ପ୍ରଦାନ କରିଛନ୍ତି। ସେନାରେ ପୂର୍ବରୁ ସାମିଲ ଥିବା ପିନାକା ଲଞ୍ଚର୍ ମାଧ୍ୟମରେ ହିଁ ଏହି ରକେଟ୍‌ର ଉତକ୍ଷେପଣ କରାଯାଇଛି।

ଏହି ବଡ଼ ସଫଳତା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବୈଜ୍ଞାନିକ ଓ ସେନାକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ଏହି ସଫଳତା ଭାରତର ସ୍ୱଦେଶୀ ଡିଜାଇନ୍ ଏବଂ ପ୍ରତିରକ୍ଷା ନିର୍ମାଣ କ୍ଷମତା କ୍ଷେତ୍ରରେ ଏକ ବଡ଼ ମାଇଲଖୁଣ୍ଟ। ଏହା ଦେଶକୁ ରକ୍ଷା କ୍ଷେତ୍ରରେ ‘ଆତ୍ମନିର୍ଭର’ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଏହାପୂର୍ବରୁ ଡିସେମ୍ବର ୨୦୨୫ରେ DRDO ଏହି ରକେଟ୍‌ର ପ୍ରଥମ ପରୀକ୍ଷଣ କରିଥିଲା, ଯେଉଁଥିରେ ଏହା ୧୨୦ କିଲୋମିଟର ଦୂରତା ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବାର କ୍ଷମତା ପ୍ରଦର୍ଶନ କରିଥିଲା। ସେହି ପରୀକ୍ଷଣ ମଧ୍ୟ ଚାନ୍ଦିପୁରରୁ ହିଁ ହୋଇଥିଲା। ଏହି ସଫଳ ପରୀକ୍ଷଣ ପରେ ଏବେ ‘ପିନାକା ଲଙ୍ଗ୍ ରେଞ୍ଜ୍ ଗାଇଡେଡ୍ ରକେଟ୍’ର ପ୍ରଭାବଶାଳୀ ମାରକ କ୍ଷମତା ୬୦ ରୁ ୧୨୦ କିଲୋମିଟର ମଧ୍ୟରେ ବୋଲି ପ୍ରମାଣିତ ହୋଇଛି, ଯାହା ଭାରତୀୟ ସଶସ୍ତ୍ର ବାହିନୀର ରଣନୈତିକ ଶକ୍ତିକୁ ଏକ ନୂଆ ଉଚ୍ଚତା ପ୍ରଦାନ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri