Posted inଜାତୀୟ

ଦିବ୍ୟାଙ୍ଗ ପିଲାଟିକୁ ବିମାନରେ ଯାତ୍ରା କରିବାକୁ ମିଳିଲାନି ଅନୁମତି

ରାଞ୍ଚି,୯।୫: ଝାଡଖଣ୍ଡର ରାଞ୍ଚି ବିମାନବନ୍ଦରରେ ଏକ ଅମାନବୀୟ ଘଟଣା ଘଟିଛି। ଇଣ୍ଡିଗୋ ଏୟାରଲାଇନ୍ସର କର୍ମଚାରୀମାନେ ଜଣେ ଦିବ୍ୟାଙ୍ଗ ପିଲାକୁ ବିମାନରେ ବସିବାକୁ ଅନୁମତି ଦେଇନାହାନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ ତଦନ୍ତ ଆରମ୍ଭ କରିଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଏବଂ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଏହା ଉପରେ ସୋମବାର ଟୁଇଟ କରି କହିଛନ୍ତି, ଆମେ ଏଭଳି ଆଚରଣକୁ ଆଦୌ ବରଦାସ୍ତ କରିବୁ ନାହିଁ। କୌଣସି ବ୍ୟକ୍ତି ଏପରି ପରିସ୍ଥିତି ଦେଇ ଯିବା ଉଚିତ୍‌ ନୁହେଁ। ମୁଁ ବ୍ୟକ୍ତିଗତ ଭାବେ ଏହି ଘଟଣାର ଅନୁସନ୍ଧାନ କରୁଛି, ଯାହା ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତଦନ୍ତ ତାଙ୍କ ଅଧୀନରେ ରହିବ।
ସୂଚନାଯୋଗ୍ୟ, ୧୩ ବର୍ଷୀୟ ଦିବ୍ୟାଙ୍ଗ ପିଲାଟି ହ୍ବିଲ ଚେୟାରରେ ବସି ନିଜ ମାତାପିତାଙ୍କ ସହ ବିମାନକୁ ଅପେକ୍ଷା କରିଥିଲେ। ହେଲେ ପିଲାଟିର ଅସ୍ବାଭାବିକ ଆଚରଣ ଦେଖି ପିଲାଟିକୁ ବିମାନରେ ଯିବାକୁ କର୍ମଚାରୀ ଅନୁମତି ଦେଇ ନ ଥିଲେ। ସମ୍ପୃକ୍ତ ପିଲା ଅନ୍ୟ ଯାତ୍ରୀଙ୍କ ପାଇଁ ବିପଦ ସୃଷ୍ଟି କରିପାରେ ବୋଲି ଇଣ୍ଡିଗୋ କର୍ମଚାରୀ ଦର୍ଶାଇଥିଲେ । ବିମାନ କର୍ମଚାରୀଙ୍କ ଏଭଳି ବ୍ୟବହାରକୁ ସେଠାରେ ଥିବା ଅନ୍ୟ ଯାତ୍ରୀ ପ୍ରବଳ ବିରୋଧ କରିଥିଲେ। ଏପରିକି ଇଣ୍ଡିଗୋ କର୍ମଚାରୀ ଏଭଳି ଆଚରଣକୁ ଅନ୍ୟ ଯାତ୍ରୀମାନେ ମୋବାଇଲରେ କଏଦ କରିଥିବା ବେଳେ ଏବେ ତାହା ଭାଇରାଲ ହେବାରେ ଲାଗିଛି। ଭିଡିଓ ଦେଖି ଇଣ୍ଡିଗୋ ଏୟାରଲାଇନ୍ସ କର୍ମଚାରୀଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶିକାର ହେବାକୁ ପଡିଛି।
ଏନେଇ ଇଣ୍ଡିଗୋ କହିଛି ଯେ, ପିଲାଟି ବିମାନରେ ଯାତ୍ରା କରିବା ପାଇଁ ଚିନ୍ତିତ ଥିଲେ। ଏହି କାରଣରୁ ତାଙ୍କୁ ବିମାନରେ ଏଣ୍ଟ୍ରି ପାଇଁ ସୁଯୋଗ ଦିଆଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri