Posted inଜାତୀୟ

ଭାଜପା ଏମ୍‌ପି ବିମାନର ଜରୁରୀକାଳୀନ ଦ୍ୱାର ଖୋଲିବା ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀ ଦେଲେ ସଫେଇ

ନୂଆଦିଲ୍ଲୀ,୧୮।୧: ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଦ୍ୱାର ଖୋଲିବା ପ୍ରସଙ୍ଗରେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ନିଜ ମତ ରଖିଛନ୍ତି। ଏନେଇ ସେ କହିଛନ୍ତି, ତଥ୍ୟକୁ ଦେଖିବା ଆବଶ୍ୟକ। ବିମାନଟି ରନ୍‌ଓ୍ବେରେ ଥିବାବେଳେ ଜରୁରୀକାଳୀନ ଦ୍ୱାର ଭୁଲବଶତଃ ଖୋଲା ଯାଇଥିଲା ଏବଂ ସମସ୍ତ ଯାଞ୍ଚ ପରେ ବିମାନ ଉଡ଼ାଣକୁ ଅନୁମତି ଦିଆଯାଇଥିଲା। ଏହି ଭୁଲ ପାଇଁ ସେ କ୍ଷମା ମାଗିଛନ୍ତି।
ସୂଚନାଯୋଗ୍ୟ, ଡିସେମ୍ବର ୧୦, ୨୦୨୨ରେ ଇଣ୍ଡିଗୋ ବିମାନରେ ବୋର୍ଡିଂ ପ୍ରକ୍ରିୟା ଚାଲିଥିବାବେଳେ ଜଣେ ଯାତ୍ରୀ ହଠାତ୍‌ ବିମାନର ଜରୁରୀକାଳୀନ ଦ୍ୱାର ଖୋଲିଥିଲେ। ଯାତ୍ରୀ ଏଥିପାଇଁ ତୁରନ୍ତ କ୍ଷମା ମାଗିଥିଲେ। ଏହା ପରେ ସମସ୍ତ ପ୍ରକାର ଯାଞ୍ଚ ପରେ ବିମାନଟି ଉଡ଼ିଗଲା। ଏହି ଘଟଣା ଯୋଗୁ ବିମାନ ବିଳମ୍ବ ହୋଇଥିଲା। ତେବେ ଏହି ଦାବି ଖୋଲିବା ପାଇଁ ବିମାନ କିମ୍ବା ଡିଜିସିଏ ଦ୍ୱାରା ଯାତ୍ରୀଙ୍କ ନାମ ପ୍ରକାଶ କରାଯାଇ ନ ଥିଲା। କିନ୍ତୁ ବିମାନରେ ଥିବା ଅନ୍ୟ ଜଣେ ଯାତ୍ରୀ ଭୁଲ କରିଥିବା ଯାତ୍ରୀ ଜଣଙ୍କ ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟ ବୋଲି କହିଥିଲେ। ଏହା ପରେ କଂଗ୍ରେସ, ଏଆଇଏମଏମ ଏବଂ ଟିଏମସି ଭାଜପାକୁ ଟାର୍ଗେଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (EVM) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ ( VVPAT) ମେଶିନ୍‌ରୁ ବାହାରୁଥିବା ପେପର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri