Posted inଜାତୀୟ

ଇଣ୍ଡିଗୋ ଉପରେ ଲାଗିଲା ୨୨ କୋଟି ଟଙ୍କା ଜରିମାନା, ସରକାର ନେଲେ ବଡ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭।୧: ବିମାନ ସେବା ସଂସ୍ଥା ‘ଇଣ୍ଡିଗୋ’ ଉପରେ ୨୨.୨୦ କୋଟି ଟଙ୍କାର ଜରିମାନା ଲଗାଇଛନ୍ତି ସରକାର। ବିମାନ କ୍ରୁ ସଦସ୍ୟଙ୍କ ଉପରେ ଅତ୍ୟଧିକ କାର୍ଯ୍ୟଭାର, ଦୁର୍ବଳ ଯୋଜନା ଏବଂ ସଂଶୋଧିତ ଡ୍ୟୁଟି ନିୟମର ଅବହେଳା ଯୋଗୁଁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ନିକଟରେ ଶହ ଶହ ବିମାନ ବିଳମ୍ବ ଓ ବାତିଲ ହେବା ଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ।

ଭାରତୀୟ ବିମାନ ଚଳାଚଳ ନିୟାମକ ସଂସ୍ଥା (DGCA) ରିପୋର୍ଟ ଅନୁସାରେ, ଏୟାରଲାଇନ୍ସ କର୍ତ୍ତୃପକ୍ଷ ନିଜର ଲାଭ ପାଇଁ କ୍ରୁ ସଦସ୍ୟ ଓ ବିମାନର ସର୍ବାଧିକ ବ୍ୟବହାର କରିବାକୁ ଚେଷ୍ଟା କରିଥିଲେ। ଯାହା ଫଳରେ କୌଣସି ଜରୁରୀ ପରିସ୍ଥିତିରେ ବିମାନ ସେବା ସ୍ୱାଭାବିକ ରଖିବା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିଲା।

୨୦୨୫ର ଶୀତକାଳୀନ ସୂଚୀ ଏବଂ ନୂତନ ଡ୍ୟୁଟି ସମୟ ସୀମା (FDTL) ନିୟମକୁ ଲାଗୁ କରିବା ପୂର୍ବରୁ କମ୍ପାନୀ ଏହାର ପ୍ରଭାବକୁ ସଠିକ୍ ଭାବେ ଆକଳନ କରିନଥିଲା। ଏହି ଅବହେଳା ଯୋଗୁଁ ପ୍ରାୟ ୧୦ ଦିନ ଧରି ହଜାର ହଜାର ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ନିୟାମକ ସଂସ୍ଥା ପକ୍ଷରୁ କେବଳ ଜରିମାନା ନୁହେଁ, ବରଂ ଶୀର୍ଷ ପରିଚାଳନା କମିଟି ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କମ୍ପାନୀର ସିଇଓଙ୍କ କାର୍ଯ୍ୟ ପରିଚାଳନା ଓ ସଂକଟ ପରିଚାଳନାରେ ଅବହେଳା ପାଇଁ ସତର୍କ କରାଯାଇଛି। ଅପରେସନ କଣ୍ଟ୍ରୋଲ ସେଣ୍ଟରର ମୁଖ୍ୟଙ୍କୁ ତୁରନ୍ତ ଦାୟିତ୍ୱରୁ ଅବ୍ୟାହତି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଇଣ୍ଡିଗୋକୁ ଭବିଷ୍ୟତରେ ଏହିପରି ଭୁଲ ନକରିବା ପାଇଁ ୫୦ କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଦାଖଲ କରିବାକୁ କୁହାଯାଇଛି। ଏହା ବ୍ୟତୀତ ୬ଟି ନିୟମ ଉଲ୍ଲଂଘନ ପାଇଁ ପୃଥକ ଭାବେ ୧.୮ କୋଟି ଟଙ୍କାର ଅତିରିକ୍ତ ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?