Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କୁ ମହାପୁରୁଷ କହିଲେ ପ୍ରିୟଙ୍କା, ଭୁଲ୍‌ ବୁଝିବା ପରେ…

ଭୋପାଳ,୫।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ମଧ୍ୟପ୍ରଦେଶ ଗସ୍ତରେ ଯାଇଛନ୍ତି। ପ୍ରିୟଙ୍କା ଧରର ମୋହନଖେଡା ଠାରେ ଜୈନ ତୀର୍ଥସ୍ଥାନ ପରିଦର୍ଶନ କରି ଏକ ଜନ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣ ସମୟରେ ପ୍ରିୟଙ୍କା ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଜଣେ ମହାପୁରୁଷ ବୋଲି କହିଥିଲେ। ତାଙ୍କ ଭାଷଣର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭାଜପା ଏବେ ତାଙ୍କୁ ଟାର୍ଗେଟ୍‌ କରୁଛି।
ସମାବେଶକୁ ସମ୍ବୋଧିତ କରିବାବେଳେ ପ୍ରିୟଙ୍କା ଗାନ୍ଧୀ ତାଙ୍କ ଜେଜେମା’ ଇନ୍ଦିରା ଗାନ୍ଧୀଙ୍କ ବିଷୟରେ କହୁଥିଲେ। ଏହି ସମୟରେ ସେ କହିଥିଲେ – ମୋ ଜେଜେମା’ ଇନ୍ଦିରା ଗାନ୍ଧୀ ମଧ୍ୟ ଜଣେ ମହାପୁରୁଷ ଥିଲେ। କିଛି ସେକେଣ୍ଡ ମଧ୍ୟରେ ନିଜ ଭୁଲକୁ ଅନୁଭବ କରି ସେ ଜଣେ ପୁରୁଷ ନୁହେଁ, ସେ ବହୁତ ବଡ ବ୍ୟକ୍ତିତ୍ୱ ଥିଲେ ବୋଲି ପ୍ରିୟଙ୍କା କହିଥିଲେ। ଏବେ ଭାଜପା ନେତାମାନେ ପ୍ରିୟଙ୍କାଙ୍କ ଏହି ବିବୃତ୍ତିକୁ ଗାନ୍ଧୀ ପରିବାରର ଅହଂକାର ବୋଲି କହୁଛନ୍ତି। ପ୍ରିୟଙ୍କା ଇନ୍ଦିରା ଗାନ୍ଧୀଙ୍କୁ ଜନତାଙ୍କ ସେବକ ନୁହେଁ ବରଂ ଜଣେ ବଡ଼ ବ୍ୟକ୍ତିତ୍ୱ କହୁଛନ୍ତି ବୋଲି ଭାଜପା ନେତାମାନେ କହିଛନ୍ତି।
ପ୍ରିୟଙ୍କା ଗାନ୍ଧୀ ନିଜ ସମ୍ବେଧନରେ କହିଥିଲେ, ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଗଠନ ହେଲେ ଅନେକ ଯୋଜନା ଆରମ୍ଭ କରିବ। ରାଜ୍ୟରେ କଂଗ୍ରେସ ସରକାର ଗଠନ ପରେ କୃଷକଙ୍କ ଋଣ ପୁଣି ଛାଡ଼ କରାଯିବ। ୧୦୦ ୟୁନିଟ ବିଦ୍ୟୁତ ମାଗଣାରେ ଉପଲବ୍ଧ ହେବ। ପୁରୁଣା ପେନସନ ପୁନଃକାର୍ଯ୍ୟକାରୀ କରାଯିବ। ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ଉପଲବ୍ଧ ହେବ ଏବଂ ମହିଳାମାନେ ସେମାନଙ୍କ ଆକାଉଣ୍ଟରେ ମାସକୁ ୧୫୦୦ ଟଙ୍କା ପାଇବେ। ରାଜ୍ୟକୁ ଭାଜପା ମୁକ୍ତ କରିବା ପାଇଁ କଂଗ୍ରେସକୁ ଜିତାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri