ପ୍ରଧାନମନ୍ତ୍ରୀ ପଦରେ ବସିବାକୁ ଇନ୍ଦିରା ଗଣତନ୍ତ୍ରକୁ ହତ୍ୟା କରିଥିଲେ: ଭାଜପା

ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଦେଶରେ ସାଧାରଣ ନିର୍ବାଚନ ସରିଛି। ଅଷ୍ଟାଦଶ ଲୋକ ସଭା ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ତା’ର ସ୍ବାର୍ଥ ହାସଲ କରିବା ପାଇଁ ହୀନ ରାଜନୀତି ଆରମ୍ଭ କରିଦେଇଛି। ୪୯ ବର୍ଷ ତଳେ କଂଗ୍ରେସ ଜରୁରିକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ର ଓ ସମ୍ମିଧାନକୁ ହତ୍ୟା କରିବାକୁ ଚେଷ୍ଟା କରିଥିବା ବେଳେ ଏତେ ବର୍ଷ ପରେ ବି ଉକ୍ତ ଦଳରେ କୌଣସି ସୁଧାର ଆସିନାହିଁ ବୋଲି ରାଜ୍ୟ ଭାଜପା ମୁଖପାତ୍ର ଦିଲୀପ ମଲ୍ଲିକ କହିଛନ୍ତି। ସୋମବାର ରାଜ୍ୟ ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭାରତୀୟ ସମ୍ବିଧାନ ଇତିହାସରେ କଂଗ୍ରେସ ଅତୀତରେ ଅନେକ କଳାକାହାଣୀ ଲେଖିଛି। ଆଜକୁ ୪୯ ବର୍ଷ ତଳେ ଅର୍ଥାତ୍‌ ୧୯୭୫ ଜୁନ୍‌୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସରକାରୀ କଳର ଅପବ୍ୟବହାର କରି ଭାରତରେ ପ୍ରଥମଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ସେ ଗଣତନ୍ତ୍ରକୁ ହତ୍ୟା କରିବା ସହ ମାନବିକ ଅଧିକାରକୁ ମଧ୍ୟ କ୍ଷୁଣ୍ଣ କରିଥିଲେ। ଦେଶର ସମସ୍ତ ବିରୋଧୀ ଦଳର ନେତୃବୃନ୍ଦଙ୍କୁ ନେଇ ଜେଲ୍‌ ଭିତରେ ରଖିଥିଲେ। ୧୯ ମାସ ଧରି କଂଗ୍ରେସ ସରକାର ଭାରତରେ ସ୍ବେଚ୍ଛାଚାରୀ ଶାସନ ଚଳାଇ ସମ୍ବିଧାନର ମୁଖବନ୍ଧକୁ ପରିବର୍ତ୍ତନ କରିଥିଲା। ଏହି ଦିବସକୁ ଭାଜପା ‘କଳା ଦିବସ’ ଭାବେ ପାଳନ କରିଆସିଛି। ଗଣତନ୍ତ୍ରର କଥା କହୁଥିବା କଂଗ୍ରେସ ସମ୍ବିଧାନକୁ ସର୍ବାଧିକ ଥର ଅପବ୍ୟବହାର କରିବା ସହ କ୍ଷତି ପହଞ୍ଚାଇଛି। ୩୫୬ ଧାରାର ସର୍ବାଧିକ ଥର ଉପଯୋଗ କରି ନିର୍ବାଚିତ ରାଜ୍ୟ ସରକାରମାନଙ୍କୁ ଏହି ଦଳ ଭାଙ୍ଗିଛି। ଭାରତୀୟ ଜନତା ପାର୍ଟି ଏକ ଦାୟିତ୍ୱସମ୍ପନ୍ନ ରାଜନୈତିକ ଦଳ ଭାବେ ସମଗ୍ର ଦେଶବାସୀଙ୍କୁ କଂଗ୍ରେସର ଏହି କଳା କାରନାମା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଛି। ଏ ନେଇ ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ଭାଜପା ପକ୍ଷରୁ ବୁଦ୍ଧଜୀବୀ ଓ ଖବରଦାତା ସମ୍ମିଳନୀ କରାଯିବ। ଯେଉଁମାନେ ଜରୁରିକାଳୀନ ପରିସ୍ଥିତିକୁ ବିରୋଧ କରି ଗିରଫ ହୋଇଥିଲେ, ସେମାନଙ୍କ ଅନୁଭୂତି ପାଠ ସହ ସମ୍ମାନିତ କରାଯିବ ବୋଲି ମଲ୍ଲିକ କହିଛନ୍ତି।
ଭାଜପା ଉପସଭାପତି ବିରଞ୍ଚତ୍ ନାରାୟଣ ତ୍ରିପାଠୀ କହିଛନ୍ତି, କଂଗ୍ରେସ ସର୍ବଦା ଓଡ଼ିଶା ଏବଂ ଓଡ଼ିଆ ବିରୋଧୀ ମାନସିକତା ରଖିଆସିଛି। ଅପରପକ୍ଷେ ମୋଦି ସରକାର ଓଡ଼ିଶାବାସୀଙ୍କୁ ସବୁଠାରୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଅନେକ ଓଡ଼ିଆ ପ୍ରତିଭାମାନଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଓଡ଼ିଶାର ଝିଅ ଆଜି ଭାରତର ସର୍ବପ୍ରଥମ ନାଗରିକ। ମନ୍ତ୍ରିମଣ୍ଡଳରେ ଓଡ଼ିଆଙ୍କୁ ସର୍ବଦା ଗୁରୁତ୍ୱ ଦିଆଯିବା ସହ ଭାରତର ବିଭିନ୍ନ ବିଭାଗରେ ଓଡ଼ିଆଙ୍କୁ ସର୍ବୋଚ୍ଚ ପଦବୀରେ ଅବସ୍ଥାପିତ କରାଯାଇଛି। ଓଡ଼ିଶାର ବିକାଶକୁ ଭାଜପା ଗୁରୁତ୍ୱ ଦେଉଥିବା ବେଳେ କଂଗ୍ରେସ ତାହା ସହିପାରୁନାହିଁ। ଏକ ଦାୟିତ୍ୱସମ୍ପନ୍ନ ବିରୋଧୀ ଦଳର ଦାୟିତ୍ୱ ନେଇ କଂଗ୍ରେସ ଦେଶକୁ ଆଗକୁ ବଢ଼ିବାର ଚେଷ୍ଟା କରିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri