ଅବ୍ୟବସ୍ଥା ଘେରରେ ଆଖଡ଼ା ବନ୍ଧ ସାହି: ସଫା ହେଉନି ଡ୍ରେନ, ଅଳିଆ ଆବର୍ଜନା ସ୍କୁଲ ପରିସର

ଗଞ୍ଜାମ,୧।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନମ୍ବର ୩ ଆଖଡ଼ା ବନ୍ଧ ସାହି l ଉକ୍ତ ସାହିରେ ୩୫ରୁ ୪୦ ପରିବାରର ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଲୋକ ବାସ କରନ୍ତି। ୧୯୬୫ରେ ସ୍ଥାପିତ ବହୁ ପୁରାତନ ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟ ରହିଛି l ଉକ୍ତ ସ୍କୁଲ ସମୁଖରେ ଅନାବନା ଛୋଟ ଛୋଟ ବୃକ୍ଷ ଲତା ସହ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ l ସ୍କୁଲକୁ ଲାଗି ଏକ ଛୋଟିଆ ପୋଖରୀଟିଏ ଅଛି। କିନ୍ତୁ ଦଳ ଭର୍ତ୍ତି ହୋଇ ରହିଥିବା ଯୋଗୁ ଗାଧୋଇବାରେ ଅସୁବିଧା ହେଉଥିବା ସାହିର ଜୟକୃଷ୍ଣ ରେଡ୍ଡୀ ଏବଂ କେଞ୍ଚୁ ଗୌଡ଼ ପ୍ରମୁଖ ଅଭିଯୋଗ କରିଛନ୍ତି l ଏଥିସହ ପୋଖରୀ ତୁଠ ନିକଟରେ ଷ୍ଟ୍ରିଟ ଲାଇଟ ଥିଲେ ମଧ୍ୟ ତାହା ଜଳୁନାହିଁ l ସ୍କୁଲ ପାଚେରି ଦେଇ ବିଦ୍ୟୁତ ତାର ଗଛକୁ ଲାଗି ରହିଥିବା ଫଳରେ ବର୍ଷା ହେଲେ କରେଣ୍ଟ ମାରୁଥିବା ସେମାନେ ଅଭିଯୋଗ କରିଛନ୍ତି l
ଏଥିସହ ସାହିର ଡ୍ରେନ ଦୀର୍ଘ ଦିନ ଧରି ସଫେଇ ନହେବା କାରଣରୁ ତାହା ପୋତି ହୋଇ ଯାଇଥିବା ଦେଖିବାକୁ ମିଳିଛି l ଯାହା ଫଳରେ ବର୍ଷା ଜଳ ନିଷ୍କାସନ ନ ହୋଇ ସାହି ମଧ୍ୟରେ ପଶୁଛି ବୋଲି ଲୋକେ ଗଣମାଧ୍ୟମକୁ କହିଛନ୍ତି l ଉକ୍ତ ସାହିରେ ଅଙ୍ଗନବାଡି କେନ୍ଦ୍ର ଥିଲେ ମଧ୍ୟ କରେଣ୍ଟ ନ ଥିବା ଯୋଗୁ ୨୦ ରୁ ୨୫ କୋମଳମତି ଶିଶୁ ନାନା ହଇରାଣ ହେଉଥିବା ଅଙ୍ଗନୱାଡିକର୍ମୀ ବବିତା ସେଠୀ କହିଛନ୍ତି l ସାହିଠାରେ ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ସୁଦ୍ଧା ଏଯାବତ କାର୍ଯ୍ୟକ୍ଷମ ହୋଇନାହିଁ l ଠିକାଦାରଙ୍କ ବିଲ ନହେବା ଯୋଗୁ ସେ ତାଲା ପକାଇ ରଖିଛନ୍ତି ଏବଂ ଚାବି ହସ୍ତାନ୍ତର କରୁନାଁହାନ୍ତି ବୋଲି ସାହି ବାସିନ୍ଦା ଅଭିଯୋଗ କରିଛନ୍ତି l ଏସମ୍ପର୍କରେ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ପଚାରିବାରେ ପରିଦର୍ଶନ କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri