ଅବ୍ୟବସ୍ଥା ଘେରରେ ଆଖଡ଼ା ବନ୍ଧ ସାହି: ସଫା ହେଉନି ଡ୍ରେନ, ଅଳିଆ ଆବର୍ଜନା ସ୍କୁଲ ପରିସର

ଗଞ୍ଜାମ,୧।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନମ୍ବର ୩ ଆଖଡ଼ା ବନ୍ଧ ସାହି l ଉକ୍ତ ସାହିରେ ୩୫ରୁ ୪୦ ପରିବାରର ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଲୋକ ବାସ କରନ୍ତି। ୧୯୬୫ରେ ସ୍ଥାପିତ ବହୁ ପୁରାତନ ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟ ରହିଛି l ଉକ୍ତ ସ୍କୁଲ ସମୁଖରେ ଅନାବନା ଛୋଟ ଛୋଟ ବୃକ୍ଷ ଲତା ସହ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ l ସ୍କୁଲକୁ ଲାଗି ଏକ ଛୋଟିଆ ପୋଖରୀଟିଏ ଅଛି। କିନ୍ତୁ ଦଳ ଭର୍ତ୍ତି ହୋଇ ରହିଥିବା ଯୋଗୁ ଗାଧୋଇବାରେ ଅସୁବିଧା ହେଉଥିବା ସାହିର ଜୟକୃଷ୍ଣ ରେଡ୍ଡୀ ଏବଂ କେଞ୍ଚୁ ଗୌଡ଼ ପ୍ରମୁଖ ଅଭିଯୋଗ କରିଛନ୍ତି l ଏଥିସହ ପୋଖରୀ ତୁଠ ନିକଟରେ ଷ୍ଟ୍ରିଟ ଲାଇଟ ଥିଲେ ମଧ୍ୟ ତାହା ଜଳୁନାହିଁ l ସ୍କୁଲ ପାଚେରି ଦେଇ ବିଦ୍ୟୁତ ତାର ଗଛକୁ ଲାଗି ରହିଥିବା ଫଳରେ ବର୍ଷା ହେଲେ କରେଣ୍ଟ ମାରୁଥିବା ସେମାନେ ଅଭିଯୋଗ କରିଛନ୍ତି l
ଏଥିସହ ସାହିର ଡ୍ରେନ ଦୀର୍ଘ ଦିନ ଧରି ସଫେଇ ନହେବା କାରଣରୁ ତାହା ପୋତି ହୋଇ ଯାଇଥିବା ଦେଖିବାକୁ ମିଳିଛି l ଯାହା ଫଳରେ ବର୍ଷା ଜଳ ନିଷ୍କାସନ ନ ହୋଇ ସାହି ମଧ୍ୟରେ ପଶୁଛି ବୋଲି ଲୋକେ ଗଣମାଧ୍ୟମକୁ କହିଛନ୍ତି l ଉକ୍ତ ସାହିରେ ଅଙ୍ଗନବାଡି କେନ୍ଦ୍ର ଥିଲେ ମଧ୍ୟ କରେଣ୍ଟ ନ ଥିବା ଯୋଗୁ ୨୦ ରୁ ୨୫ କୋମଳମତି ଶିଶୁ ନାନା ହଇରାଣ ହେଉଥିବା ଅଙ୍ଗନୱାଡିକର୍ମୀ ବବିତା ସେଠୀ କହିଛନ୍ତି l ସାହିଠାରେ ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ସୁଦ୍ଧା ଏଯାବତ କାର୍ଯ୍ୟକ୍ଷମ ହୋଇନାହିଁ l ଠିକାଦାରଙ୍କ ବିଲ ନହେବା ଯୋଗୁ ସେ ତାଲା ପକାଇ ରଖିଛନ୍ତି ଏବଂ ଚାବି ହସ୍ତାନ୍ତର କରୁନାଁହାନ୍ତି ବୋଲି ସାହି ବାସିନ୍ଦା ଅଭିଯୋଗ କରିଛନ୍ତି l ଏସମ୍ପର୍କରେ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ପଚାରିବାରେ ପରିଦର୍ଶନ କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri