Posted inଜାତୀୟ

ସୀମାରେ ସୁରକ୍ଷା-ସ୍ଥିରତା ପାଇଁ ଭାରତ-ଚାଇନା ସହମତି…

ଲଦାଖ, ୧୨।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ମଧ୍ୟରେ ହୋଇଥିବା ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକରେ ସୀମାରେ ସୁରକ୍ଷା ଏବଂ ସ୍ଥିରତା ପାଇଁ ସହମତି ପ୍ରକାଶ ପାଇଛି।

ଚୁସୁଲ ମାଲଡୋରେ ଅନୁଷ୍ଠିତ ହୋଇଥିବା ଏହି ବୈଠକ ପରେ ମିଳିତ ବିବୃତ୍ତିରେ କୁହାଯାଇଛି ଯେ ପଶ୍ଚିମ କ୍ଷେତ୍ରରେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ(ଏଲ୍‌ଏସି) ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ୨୦୨୨ ଜାନୁଆରୀ ୧୨ରେ ଆଲୋଚିତ ହୋଇଥିବା ପ୍ରସଙ୍ଗ ଉପରେ ଉଭୟ ପକ୍ଷ ଆଲୋଚନା କରିଛନ୍ତି।

ମିଳିତ ବିବୃତ୍ତିରେ କୁହାଯାଇଛି ଯେ ଅବଶିଷ୍ଟ ସମସ୍ୟାର ଶୀଘ୍ର ସମାଧାନ ପାଇଁ ଉଭୟ ଦେଶର ନେତାଙ୍କ ଦ୍ୱାରା ଦିଆଯାଇଥିବା ମାର୍ଗଦର୍ଶନକୁ ଦୃଷ୍ଟିରେ ରଖି ଏହି ଆଲୋଚନା ଚାଲିଛି। ଏହା ନିଶ୍ଚିତ ହୋଇଛି ଯେ ଏହିପରି ପ୍ରସ୍ତାବ ପଶ୍ଚିମ କ୍ଷେତ୍ରର ପ୍ରକୃତ ନିୟନ୍ତ୍ରଣ ରେଖା ସହିତ ଶାନ୍ତି ଫେରାଇ ଆଣିବାରେ ସାହାଯ୍ୟ କରିବ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ପ୍ରଗତିକୁ ସୁଗମ କରିବ।

ଅବଶିଷ୍ଟ ସମସ୍ୟାର ଶୀଘ୍ର ଗ୍ରହଣୀୟ ସମାଧାନ ପାଇଁ ସାମରିକ ଏବଂ କୂଟନୈତିକସ୍ତରରେ କଥାବାର୍ତ୍ତା ବଜାୟ ରଖିବାକୁ ଭାରତ ଏବଂ ଚାଇନା ସହମତ ହୋଇଛନ୍ତି ବୋଲି ବିବୃତ୍ତିରେ କୁହାଯାଇଛି।

ପ୍ରତିରକ୍ଷା ବିଶେଷଜ୍ଞଙ୍କ ଅନୁସାରେ ଦୁଇପକ୍ଷଙ୍କ କଥାବାର୍ତ୍ତାର ପ୍ରଥମ ସକରାତ୍ମକ ଦିଗ ହେଉଛି ମିଳିତ ବିବୃତ୍ତି ଆସିଛି। ସେହିପରି ଦ୍ୱିତୀୟ ଭଲ କଥା ହେଉଛି ଉଭୟ ପକ୍ଷ ଆଲୋଚନା ଜାରି ରଖିବାକୁ ସହମତ ହୋଇଛନ୍ତି। ତେବେ ଅସନ୍ତୋଷକୁ ନେଇ କୌଣସି ଅଗ୍ରଗତି ନେହେବା ଉପରେ ବିଶେଷଜ୍ଞମାନେ ପ୍ରଶ୍ନ ଉଠାଇଛନ୍ତି।

ଦୁଇ ଦେଶ ମଧ୍ୟରେ ୧୪ ରାଉଣ୍ଡ ଆଲୋଚନା ପରେ ପାଙ୍ଗାଙ୍ଗ ତ୍ସୋ, ଗଲୱାନ ଏବଂ ପୂର୍ବ ଲଦାଖର ଗୋଗରା ହଟ୍‌ ସ୍ପ୍ରିଙ୍ଗ୍‌ ଅଞ୍ଚଳର ଉତ୍ତର ଏବଂ ଦକ୍ଷିଣ କୂଳରୁ ସେନାକୁ ପ୍ରତ୍ୟାହାର କରି ଉତ୍ତେଜନା ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଲଦାଖର ଅନ୍ୟ ଅଞ୍ଚଳରେ ଜାରି ରହିଥିବା ଉତ୍ତେଜନାକୁ ଶେଷ କରିବାକୁ ଉଭୟ ପକ୍ଷ ମଧ୍ୟ ଚେଷ୍ଟା କରିବେ ବୋଲି ନିଷ୍ପତ୍ତି ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri