Posted inଜାତୀୟ

ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…

ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭାରତ ଏବଂ ଚାଇନା ଏକାଠି ଏହି ନିଷ୍ପତ୍ତି ନେଇଛନ୍ତି। ଏହି ବୈଠକ ଭାରତୀୟ ପାର୍ଶ୍ୱରେ ଥିବା ଚୁସୁଲ ମାଲଡୋରେ ଅନୁଷ୍ଠିତ ହେବ।

ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ଏହି ସୂଚନା ପ୍ରଦାନ କରାଯାଇଛି। ଏପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ୧୪ ରାଉଣ୍ଡ ଆଲୋଚନା ପରେ ପାଙ୍ଗାଙ୍ଗ ତ୍ସୋ, ଗଲୱାନ ଏବଂ ପୂର୍ବ ଲଦାଖର ଗୋଗରା ହଟ୍‌ ସ୍ପ୍ରିଙ୍ଗ୍‌ ଅଞ୍ଚଳର ଉତ୍ତର ଏବଂ ଦକ୍ଷିଣ କୂଳରୁ ସେନାକୁ ପ୍ରତ୍ୟାହାର କରି ଉତ୍ତେଜନା ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଲଦାଖର ଅନ୍ୟ ଅଞ୍ଚଳରେ ଜାରି ରହିଥିବା ଉତ୍ତେଜନାକୁ ଶେଷ କରିବାକୁ ଉଭୟ ପକ୍ଷ ମଧ୍ୟ ଚେଷ୍ଟା କରିବେ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri