ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଭାରତ ଓ ଚାଇନା ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ସେନା ପ୍ରତ୍ୟାହାର ଆରମ୍ଭ କରିଛନ୍ତି। ଆସନ୍ତା ୨୯ ତାରିଖ ସୁଦ୍ଧା ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ବୋଲି ସେନା ସୂତ୍ରରୁ ଶୁକ୍ରବାର କୁହାଯାଇଛି।

ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଉଭୟ ଦେଶ ପାଟ୍ରୋଲିଂ କରିବା ସହ ସୈନ୍ୟ ପ୍ରତ୍ୟାହାର କରିନେବା ପାଇଁ ବୁଝାମଣା ପରେ ଡିସ୍‌ଏନ୍‌ଗେଜ୍‌ମେଣ୍ଟ ଆରମ୍ଭ ହୋଇଛି। ୨୩ରେ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଆଲୋଚନା ବେଳେ ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ପାଟ୍ରୋଲିଂ ଏବଂ ସୈନ୍ୟ ପ୍ରତ୍ୟାହାର ପାଇଁ ହୋଇଥିବା ବୁଝାମଣାକୁ ସମର୍ଥନ କରିଥିଲେ।

ସୂଚନାଯୋଗ୍ୟ, ୨୦୨୦ ମେ’ ୫ରେ ପୂର୍ବ ଲଦାଖର ପାଙ୍ଗୋଙ୍ଗ୍‌ ହ୍ରଦ ଅଞ୍ଚଳରେ ଭାରତୀୟ ଯବାନ ଏବଂ ଚାଇନାର ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ) ସୈନ୍ୟ ମୁହାଁମୁହିଁ ପରେ ସୀମାରେ ଉତ୍ତେଜନା ଦେଖାଦେଇଥିଲା। ଗଲଓ୍ବାନ ଭ୍ୟାଲିର ପାଟ୍ରୋଲ ପଏଣ୍ଟ ୧୪ ନିକଟରେ ଜୁନ୍‌ ୧୫ ଓ ୧୬ରେ ଉଭୟ ପକ୍ଷଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟି ଭାରତର ଅନୂ୍ୟନ ୨୦ ଯବାନ ଶହୀଦ ହୋଇଥିବାବେଳେ ପିଏଲ୍‌ଏର ମଧ୍ୟ କେତେଜଣ ସୈନ୍ୟ ନିହତ ହୋଇଥିଲେ। ଏହି ସଂଘର୍ଷ ଦୁଇ ପଡ଼ୋଶୀ ମଧ୍ୟରେ ତିକ୍ତତା ବୃଦ୍ଧିର କାରଣ ହୋଇଥିଲା। ସେବେଠୁ ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ବିପୁଳ ଅସ୍ତ୍ରଶସ୍ତ୍ର ଠୁଳ କରି ଅନେକ ହଜାର ସୈନ୍ୟଙ୍କୁ ମୁତୟନ କରିଥିଲେ, ଯାହା ଅଦ୍ୟାବଧି ବଳବତ୍ତର ରହିଛି। ନିକଟରେ ସେନା କମାଣ୍ଡର ସ୍ତରୀୟ ଆଲୋଚନା ବେଳେ ଏଲ୍‌ଏସିରେ ପାଟ୍ରୋଲିଂ ନେଇ ସହମତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri