Posted inଜାତୀୟ

ଭାରତ-ପାକିସ୍ତାନ ଯୁଦ୍ଧର ହିରୋ ଭୈରୋନ ସିଂଙ୍କ ପରଲୋକ

ନୁଆଦିଲ୍ଲୀ,୧୯ ।୧୨: ବଲିଉଡ ମୁଭି ‘ବର୍ଡର’ରେ ସୁନିଲ ସେଟ୍ଟି ଯେଉଁ ସୀମା ସୁରକ୍ଷା ବଳ(ବିଏସଏଫ୍‌) ଯବାନଙ୍କ ଭୂମିକାରେ ଅଭିନୟ କରିଥିଲେ ତାଙ୍କର ପରଲୋକ ହୋଇଛି । ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧର ଅସଲ ହିରୋ ଥିଲେ ଭୈରୋନ ସିଂହ । ତାଙ୍କ ଉପରେ ନିର୍ମାଣ କରାଯାଇଥିଲା ବଲିଉଡ ମୁଭି ‘ବର୍ଡର’ । ଭୈରୋନ ସିଂହଙ୍କୁ ୧୯୭୧ ଯୁଦ୍ଧର ନାୟକ ବୋଲି କୁହାଯାଏ । ସେ ତାଙ୍କ ବାହଦୂରୀ ବଳରେ ଶତ୍ରୁ ସେନାଙ୍କ ଉପରେ କାଳ ଭାବେ ଠିଆ ହୋଇଥିଲେ ।
୧୯୮୭ରେ ସେ ସୀମା ସୁରକ୍ଷା ବଳରୁ ଅବସର ନେଇଥିଲେ । ମୁଣ୍ଡ ବ୍ୟଥା ଓ ଜ୍ୱର ଥିବାରୁ ତାଙ୍କୁ ଯୋଧପୁର ଏମ୍ସରେ ଚିକିତ୍ସାଲାଗି ଭର୍ତ୍ତି କରାଯାଇଥିଲା । ହେଲେ ସୋମବାର ପ୍ରାୟ ଦିନ ୨ଟା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ସୂଚନାଯୋଗ୍ୟ, ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ଭାରତ ପାକିସ୍ତାନକୁ କଡା ଯବାବ ଦେବା ସହ ବିଜୟ ଲାଭ କରିଥିଲା । ୧୬ ଡିସେମ୍ବରରେ ମିଳିଥିବା ଏହି ବିଜୟକୁ ନେଇ ପ୍ରତିବର୍ଷ ଏହି ଦିନକୁ ବିଜୟ ଦିବସ ଭାବେ ପାଳନ କରାଯାଇଥାଏ ।
ଭୈରୋନ ସିଂହଙ୍କ ପରଲୋକ ଖବର ମିଳିବା ପରେ ବଲିଉଡ ଷ୍ଟାର ସୁନିଲ ସେଟ୍ଟି ଟୁଇଟ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହା ସହ ବିଏସଏଫ ବି ଟୁଇଟ କରି ଶ୍ରଦ୍ଧାଞ୍ଜଳି ଦେବାସହ ଡିଜି ବିଏସଏଫ ଓ ସମସ୍ତ ର‌୍ୟାଙ୍କ ୧୯୭୧ର ଯୁଦ୍ଧରେ ଲୌଗେୱାଲା ଯୁଦ୍ଧର ନାୟକ ଭୈରୋନ ସିଂ, ନାଇକ(ସେବାନିବୃତ୍ତ)ଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ବିଏସଏଫ ତାଙ୍କ ଲିଡସଶିପ, ବାହାଦୂରି, ସାହସ ଓ କର୍ତ୍ତବ୍ୟ ପ୍ରତି ସମର୍ପଣକୁ ସଲାମ କରିଛି । ପ୍ରହରି ପରିବାର ଏହି କଠିନ ସମୟରେ ତାଙ୍କ ପରିବାର ସହ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri