Posted inଜାତୀୟ

ଯବାନଙ୍କୁ ସଲାମ: ଆଣ୍ଠୁଏ ବରଫରେ କରୁଛନ୍ତି ପ୍ରାଟୋଲିଂ

ନୂଆଦିଲ୍ଲୀ,୧୭।୨: ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି)ର ଯବାନମାନେ ଉତ୍ତରାଖଣ୍ଡ ହିମାଳୟର ଚାରିପାଖରେ ଶୂନ ଡିଗ୍ରୀ ତାପମାତ୍ରାରେ ପାଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି। ଯବାନମାନେ ୧୫,୦୦୦ ଫୁଟ ଉଚ୍ଚରେ ଜଗି ରହିଛନ୍ତି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି ଯେ, ଯବାନମାନେ କାନ୍ଧରେ ଅସ୍ତ୍ର ଝୁଲୁଛି ଏବଂ ହାତରେ ବାଡି ଧରି ଆଗକୁ ବଢୁଛନ୍ତି। ଯବାନମାନେ ଦଉଡି ସାହାଯ୍ୟରେ ପରସ୍ପରକୁ ଅନୁସରଣ କରୁଥିବା ଦେଖାଯାଇଛି। ତୁଷାରର ଗଭୀରତା ଯବାନମାନଙ୍କ ଆଣ୍ଠୁ ପର୍ଯ୍ୟନ୍ତ ଅଛି। ଏହି କାରଣରୁ ଯବାନମାନେ ଆଗକୁ ବଢିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି କିନ୍ତୁ ସେମାନେ ଅଟକି ନ ଯାଇ ଆଗକୁ ବଢୁଥିବା ଦେଖାଯାଉଛି। ଏହି ଭିଡିଓ ଦେଖି ଲୋକମାନେ ଯବାନଙ୍କ ସାହସକୁ ସଲାମ କରିଛନ୍ତି।
ସୂଚନାଯୋଗ୍ୟ, ୧୯୬୨ ମସିହାରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ ଗଠନ କରାଯାଇଥିଲା। ସୀମା ବ୍ୟତୀତ ଆଇଟିବିପି ଯବାନମାନେ ନକ୍ସଲ ବିରୋଧୀ ଅପରେସନ ସହିତ ଅନ୍ୟାନ୍ୟ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଆଇଟିବିପି ହେଉଛି ଦେଶର ଅଗ୍ରଣୀ ପାରାମିଲିଟାରୀ ଫୋର୍ସ। ସେମାନେ ଯେକୌଣସି ପରିସ୍ଥିତି ଏବଂ ଆହ୍ବାନର ସମ୍ମୁଖୀନ ହେବାକୁ ସର୍ବଦା ପ୍ରସ୍ତୁତ ଥାନ୍ତି। ବର୍ଷସାରା ହିମାଳୟର ତୁଷାର ଆଚ୍ଛାଦିତ ଫରୱାର୍ଡ ପୋଷ୍ଟରେ ରହି ଦେଶ ସେବା କରିବା ସେମାନଙ୍କର କୌଳିକ କର୍ତ୍ତବ୍ୟ, ତେଣୁ ସେମାନଙ୍କୁ ‘ହିମବୀର୍‌’ ମଧ୍ୟ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri