ଇଣ୍ଡୋନେସିଆ ଭୂକମ୍ପ ତାଣ୍ଡବ: ଗଲାଣି ୧୬୨ ଲୋକଙ୍କ ଜୀବନ, ଏବେ ବି ଅନେକ ନିଖୋଜ

ଜାକର୍ତ୍ତା,୨୨।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ହୋଇଥିବା ଭୂକମ୍ପ ଯୋଗୁ ୧୬୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଶହ ଶହ ଲୋକ ଆହତ ହୋଇଛନ୍ତି ଏବଂ ଅନେକ ଲୋକ ନିଖୋଜ ଅଛନ୍ତି। ଭୂକମ୍ପ ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡିଛନ୍ତି। ସୋମବାର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ଥିଲା। ଏହି ଭୂକମ୍ପରେ ଶହ ଶହ କୋଠା ନଷ୍ଟ ହୋଇଯାଇଛି।
ଇଣ୍ଡୋନେସିଆର ପାଣିପାଗ ବିଜ୍ଞାନ, ଜଳବାୟୁ ଏବଂ ଜିଓଫିଜିକାଲ ଏଜେନ୍ସି ଅନୁଯାୟୀ ଭୂକମ୍ପ ପରେ ଆଉ ୨୫ଟି ଝଟ୍‌କା ଲାଗିଥିଲା। ଭୂକମ୍ପ ଯୋଗୁ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସରବରାହ ବନ୍ଦ ହୋଇଯାଇଛି। ଇଣ୍ଡୋନେସିଆର ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କହିଛି ଯେ,ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅନେକ ଲୋକ କୋଠା ତଳେ ଭୁଶୁଡି ପଡିଛି। ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୬୨କୁ ବୃଦ୍ଧି ପାଇଛି। ୨୦୦୦ରୁ ଅଧିକ ଘର ନଷ୍ଟ ହୋଇଯାଇଛି। ଏଥିସହ ୫୦୦୦ ରୁ ଅଧିକ ଲୋକଙ୍କୁ ସୁରକ୍ଷିତ କେନ୍ଦ୍ରକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri