ଖେଳ ପଡ଼ିଆ ପାଲଟିଲା ମୃତ୍ୟୁର ମଇଦାନ, ୧୭୪ ମୃତ, ୧୮୦ରୁ ଅଧିକ ଆହତ

ଜାକର୍ତ୍ତା,୨ ।୧୦: ଇଣ୍ଡୋନେସିଆରେ ଚାଲିଥିବା ଏକ ଫୁଟବଲ ମ୍ୟାଚ ସମୟରେ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ଶେଷରେ ହିଂସାର ରୂପ ନେଇଥିଲା । ଏହା ଏତେ ତୀବ୍ର ହେଲା ଯେ ଏବେ ପର୍ଯ୍ୟନ୍ତ ଏହି ହିଂସାରେ ପ୍ରାୟ ୧୭୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଏହାସହ ଶହ ଶହ ଲୋକ ଆହତ ବି ହୋଇଛନ୍ତି । ଘଟଣା ଆରମ୍ଭରୁ ଏହାକୁ କାବୁ କରିବାକୁ ଯାଇ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାରୁ ଉତ୍ତେଜିତ ଲୋକେ ପୋଲିସ ଉପରେ ବି ଆକ୍ରମଣ କରିଥିଲେ । ଫଳରେ ଅନେକ ଲୋକ ମୃତା ହତ ହୋଇଥିଲେ । ଏବେ ପର୍ଯ୍ୟନ୍ତ ୧୮୦ରୁ ଅଧିକ ଜଣ ଆହତଙ୍କର ଚିକିତ୍ସା ଚାଲିଥିବା କୁହାଯାଉଛି ।

ସୂଚନାଯୋଗ୍ୟ, ଇଣ୍ଡୋନେସିଆର ଏକ ବଡ ଷ୍ଟାଡିୟମରେ ଅରେମା ଏଫସି ଓ ପରସେବାୟା କ୍ଳବ ମଧ୍ୟରେ ଫୁଟବଲ ମ୍ୟାାଚ ଖେଳା ଯାଉଥିଲା ।

ଷ୍ଟାଡିୟମରେ ଦୁଇ ଦଳର ସମର୍ଥକଙ୍କ ପ୍ରବଳ ଭିଡ ଥିଲା । ହେଲେ ସାମାନ୍ୟ କିଛି କଥାକୁ ନେଇ ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଯାଇଥିଲା । ଦେଖୁ ଦେଖୁ ଏହା ସମଗ୍ର ଷ୍ଟାଡିମକୁ ବ୍ୟାପିଯିବା ସହ ଲୋକେ ପରସ୍ପର ମଧ୍ୟରେ ଲଢେଇ ଆରମ୍ଭ କରିଦେଇଥିଲେ । ପରିସ୍ଥିତି ଏମିତି ହୋଇଥିଲା ଯେ ସେଠାରେ ଥିବା ସୁରକ୍ଷା କର୍ମୀ କୌଣସି ପ୍ରକାର ତାଙ୍କ ଜୀବନ ବଞ୍ଚାଇ ନେଇଥିଲେ । ଘଟଣାକୁ ଦେଖି ଇଣ୍ଡୋନେସିଆର ଆର୍ମଡ ଫୋର୍ସଙ୍କୁ ଘଟଣା ସ୍ଥଳକୁ ଡକାଯାଇଥିଲା । ହେଲେ ସେତେବେଳେକୁ ବହୁତ ବିଳମ୍ବ ହୋଇ ସାରିଥିଲା ।

କୌଣସି ପ୍ରକାରେ ସେନା ଯବାନ ଷ୍ଟାଡିୟମ ଭିତରୁ ଲୋକଙ୍କୁ ବାହାରକୁ ବାହାର କରିଥିଲେ । ହେଲେ ଏହାପରେ ବି ଷ୍ଟାଡିୟମ ବାହାରେ ସମାନ ଘଟଣା ଘଟିଥିଲା । ଫଳରେ ଏହି ହିଂସାରେ ୧୭୪ ଜଣଙ୍କ ଜୀବନ ଯାଇଥିବା କୁହାଯାଉଛି । ଅନେକ ଆହତ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?