‘ଆଜିର ଯୁଗ ଯୁଦ୍ଧ ନୁହେଁ, ଆଲୋଚନା, କୂଟନୀତି ହିଁ ଏହାର ସମାଧାନର ଏକମାତ୍ର ରାସ୍ତା’

ଜାକର୍ତ୍ତା,୭।୯: ପୂର୍ବ ଏସିଆ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ସମସ୍ତ ଦେଶର ସାର୍ବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତାକୁ ଦୃଢ କରିବା ପାଇଁ ମିଳିତ ପ୍ରୟାସ ଆବଶ୍ୟକ। ଦକ୍ଷିଣ ଚାଇନା ସାଗରରେ ଚାଇନାର ବଢୁଥିବା ସାମରିକ ଆକ୍ରମଣ ସମ୍ପର୍କରେ ସେ ଏହି କଥା କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ଅଞ୍ଚଳର ସମସ୍ତ ଦେଶର ଭାରତ-ପ୍ରଶାନ୍ତ ମହାସାଗରରେ ଶାନ୍ତି, ନିରାପତ୍ତା ଏବଂ ସମୃଦ୍ଧତା ପାଇଁ ଆଗ୍ରହ ରହିଛି। ଆଜିର ଯୁଗ ଯୁଦ୍ଧ ନୁହେଁ। ଆଲୋଚନା ଏବଂ କୂଟନୀତି ସମାଧାନର ଏକମାତ୍ର ଉପାୟ।

ଚାଇନା ଅତୀତରେ ମାଲେସିଆ, ଭିଏତନାମ ଏବଂ ଫିଲିପାଇନ୍ସ ପରି ଅନେକ ଏସିଆନ ସଦସ୍ୟ ରାଷ୍ଟ୍ରକୁ ‘ଚାଇନାର ଷ୍ଟାଣ୍ଡାର୍ଡ ମାନଚିତ୍ର ’ରେ ଦର୍ଶାଇଥିଲା। ପିଏମ ମୋଦିଙ୍କ ସର୍ବଶେଷ ମନ୍ତବ୍ୟ ଏହି ବିଷୟରେ ଆସିଛି। ଅଗଷ୍ଟ ୨୮ରେ, ଚାଇନା ‘ ଚାଇନାର ମାନକ ମାନଚିତ୍ର’ ର ୨୦୨୩ ସଂସ୍କରଣ ପ୍ରକାଶ କରିଥିଲା। ଏଥିରେ ଚାଇନା ତାଇୱାନ, ଦକ୍ଷିଣ ଚାଇନା ସାଗର, ଅରୁଣାଚଳ ପ୍ରଦେଶ ଏବଂ ଆକସାଇ ଚାଇନାକୁ ଏହାର ଅଂଶ ବୋଲି ଦାବି କରିଛି। ତେବେ ଚାଇନା ମାନଚିତ୍ରକୁ ଭାରତ ପ୍ରତ୍ୟାଖ୍ୟାନ କରିଦେଇଛି। ଯାହାକୁ ନେଇ ଚାଇନା ନେଇ ତୀବ୍ର ବିରୋଧ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri