Posted inଖେଳ

ଥୋମାସ ଓବର କପ୍‌ରୁ ଓହରିଲା ଇଣ୍ଡୋନେସିଆ

ଜାକର୍ତ୍ତା, ୧୩ା୯ (ଏପି)- କରୋନା ଭାଇରସ୍‌ କାରଣରୁ ଇଣ୍ଡୋନେସିଆ ୫ମ ଦେଶ ଭାବେ ସମ୍ମାନଜନକ ଥୋମାସ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଓହରିଯାଇଛି। ଏହି ପ୍ରତିଯୋଗିତା ଡେନମାର୍କର ଆରହସ୍‌ଠାରେ ଅକ୍ଟୋବର ୩ରୁ ୧୧ ପର୍ଯ୍ୟନ୍ତ ହେବାର କାର୍ଯ୍ୟକ୍ରମ ରହିଛି। ଟୁର୍ନାମେଣ୍ଟ ବେଳେ ଖେଳାଳିମାନେ କୋଭିଡ୍‌-୧୯ ସଂକ୍ରମଣର ଶିକାର ହେବାର ଆଶଙ୍କା ରହିଥିବାରୁ ସେମାନେ ଏହି ନିଷ୍ପତ୍ତି ନେଇଥିବା ଇଣ୍ଡୋନେସିଆନ ବ୍ୟାଡ୍‌ମିଣ୍ଟନ ଅଫିସିଆଲ ପ୍ରକାଶ କରିଛନ୍ତି। ଇଣ୍ଡୋନେସିଆର ଖେଳାଳିମାନେ ଅକ୍ଟୋବରରେ ହେବାକୁଥିବା ଡେନମାର୍କ ଓପନ ଓ ଡେନମାର୍କ ମାଷ୍ଟର୍ସରେ ମଧ୍ୟ ଭାଗ ନେବେ ନାହିଁ। ଥୋମାସ ଓ ଉବର କପ୍‌ରୁ ପୂର୍ବରୁ ଓହରିଯାଇଥିବା ଅନ୍ୟ ଦେଶଗୁଡ଼ିକ ହେଲେ ଅଷ୍ଟ୍ରେଲିଆ, ତାଇଓ୍ବାନ, ଥାଇଲାଣ୍ଡ ଓ ଦକ୍ଷିଣ କୋରିଆ। ଥାଇଲାଣ୍ଡ ବ୍ୟାଡ୍‌ମିଣ୍ଟନ ଫେଡେରେଶନ ଗତ ସପ୍ତାହରେ କହିଥିଲା, କୋଭିଡ୍‌-୧୯ ଯୋଗୁ ଏହାର ହାଇ ପ୍ରୋଫାଇଲ ଖେଳାଳିମାନେ ଖେଳିବାକୁ ରାଜି ନ ହେବାରୁ ସେମାନେ ବାଧ୍ୟ ହୋଇ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ପୂର୍ବତନ ବିଶ୍ୱ ଚାମ୍ପିୟନ ରାଚାନକ୍‌ ଇଣଣ୍ଟାନନ୍‌, ୩ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ମିକ୍ସଡ ଡବଲ୍ସ ଯୋଡ଼ି ଡେଚାପଲ ପୁଆଭାରନୁକ୍‌ରୋ ଏବଂ ସାପ୍‌ସିରି ଟାଏରାଟାନ୍‌ଚାଇଙ୍କ ସମେତ ଅନ୍ୟମାନେ ଉପଲବ୍ଧ ନ ହେବାରୁ ଦେଶ ପକ୍ଷେ ଏକ ଟିମ୍‌ ପଠାଇବା ସମ୍ଭବପର ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଳା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri