Posted inଜାତୀୟ

ଆଭ୍ୟନ୍ତରୀଣ ବାୟୁ ପ୍ରଦୂଷଣ ଅଧିକ ବିପଜ୍ଜନକ

ନୂଆଦିଲ୍ଲୀ,୩୧ା୮(ପି.ଟି.): ବାହ୍ୟ ବାୟୁ ପ୍ରଦୂଷଣ ତୁଳନାରେ ଘର ଭିତରର ବାୟୁ ପ୍ରଦୂଷଣ ସ୍ବାସ୍ଥ୍ୟ ପାଇଁ ଅଧିକ ବିପଜ୍ଜନକ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବେଳେବେଳେ ପ୍ରଦୂଷିତ ଘରଗୁଡ଼ିକ ରହିଥିବା ଗାଁଠାରୁ ସହର ଅଧିକ ସ୍ବଚ୍ଛ ହୋଇଥାଏ। ଇଣ୍ଡିଆ କ୍ଲିନ୍‌ ଏୟାର ସମିଟ୍‌ (ଆଇସିଏଏସ୍‌), ୨୦୨୪କୁ ଉଦ୍‌ବୋଧନ ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ପ୍ରମୁଖ ଉପଦେଷ୍ଟା ସୌମ୍ୟା ସ୍ବାମୀନାଥନ କହିଛନ୍ତି, ଘରେ ରହୁଥିବା ମହିଳାମାନେ ବ୍ଲାକ୍‌ କାର୍ବନ୍‌ର ସର୍ବୋଚ୍ଚ ସ୍ତର ଦ୍ୱାରା ପ୍ରଭାବିତ ହୋଇଥାନ୍ତି। ଦିଲ୍ଲୀର ପ୍ରଦୂଷିତ ବାୟୁରେ ଅଟୋରିକ୍ସାରେ ଯାତ୍ରା କରୁଥିବା ଲୋକମାନେ ଯେତିକି କଳା ଅଙ୍ଗାରକ ଦ୍ୱାରା ପ୍ରଭାବିତ ହୋଇଥାନ୍ତି, ଘରେ ରହିଥିବା ମହିଳାମାନେ ମଧ୍ୟ ସମାନ ପରିମାଣରେ ପ୍ରଭାବିତ ହୋଇଥାନ୍ତି। ଫଳରେ ସେମାନଙ୍କଠାରେ ରକ୍ତଚାପ ସମସ୍ୟା ଅଧିକ ଦେଖିବାକୁ ମିଳେ। ରାଜ୍ୟରେ ଉତ୍ସର୍ଜିତ ଅଙ୍ଗାରକର ୨୦ ପ୍ରତିଶତରୁ କମ୍‌ ସହରଗୁଡ଼ିକ ଛାଡ଼ିଥାନ୍ତି। ତେବେ ପରିବାରଗୁଡ଼ିକର ନିର୍ଗତ ହେଉଥିବା ଅଙ୍ଗାରକ ଉତ୍ସର୍ଜନ ପରିମାଣ ୨୦ରୁ ୪୦ ପ୍ରତିଶତ ମଧ୍ୟରେ ବୋଲି ସ୍ବାମୀନାଥନ କହିଛନ୍ତି। କଳା ଅଙ୍ଗାରକ ଦୀର୍ଘ ଶ୍ୱାସରୋଗ, ଫୁସ୍‌ଫୁସ୍‌ କ୍ୟାନ୍‌ସର, ନିମୋନିଆ, ଆଜ୍‌ମା, ହୃଦ୍‌ରୋଗ, କମ୍‌ ଓଜନର ଶିଶୁ ଜନ୍ମର କାରଣ ବୋଲି ବିଶେଷଜ୍ଞ କହିଛନ୍ତି। ବାୟୁ ପ୍ରଦୂଷଣ ଯୋଗୁ ଲୋକଙ୍କ ହାରାହାରି ଆୟୁ ୨.୩ ବର୍ଷ ହ୍ରାସ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri