ଖୋଲୁନି ଇନ୍‌ଡୋର ଷ୍ଟାଡିୟମ ତାଲା

ସୁନାବେଡା,୧୪ା୮(କୃତ୍ତିବାସ ପ୍ରଧାନ): ସୁନାବେଡା ପୌର ପରିଷଦର ୫ ନଂ. ୱାର୍ଡ ଗଞ୍ଜାମ କଲୋନୀଠାରେ ନିର୍ମାଣ ହୋଇଛି ମଲ୍ଟି ପରପୋଜ ହଲ୍‌ ତଥା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍‌। ଏହାର ନିର୍ମାଣକୁ ବର୍ଷେରୁ ଅଧିକ ଦିନ ବିତିଲାଣି । ମାତ୍ର ଏଯାଏ ଏହି ଇନ୍‌ଡୋର ଷ୍ଟାଡିୟମ ଖୋଲୁନି। ଫଳରେ ଯେଉଁ ଲକ୍ଷ୍ୟରେ ଏହା ନିର୍ମାଣ ହୋଇଥିଲା ତାହା ବସ୍ତୁତଃ ବିଫଳ ହେବାକୁ ବସିଛି।
ଉକ୍ତ ଅଞ୍ଚଳରେ ବହୁ ପ୍ରତିଭାବାନ୍‌ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ୍‌ ଖେଳାଳି ଅଛନ୍ତି। ସେମାନଙ୍କ ଅଭ୍ୟାସ ପାଇଁ କିଛି ଉପଯୁକ୍ତ ବ୍ୟବସ୍ଥା ନ ଥିଲା। ଖେଳାଳିମାନେ ଏଠାରେ ଏକ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଲାଗି ଦୀର୍ଘଦିନରୁ ଦାବି ଜଣାଇ ଆସୁଥିଲେ। ୨୦୨୧ ଜୁନ୍‌ ୧୮ରେ କୋରାପୁଟ ବିଧାୟକ ତଥା ଯୋଜନା ବୋର୍ଡ ଅଧ୍ୟକ୍ଷ ରଘୁରାମ ପୋଡାଲ୍‌ ଏନେଇ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକଙ୍କ ଅନୁରୋଧ ରକ୍ଷାକରି ମୁଖ୍ୟମନ୍ତ୍ରୀ ପୌରପ୍ରଶାସନକୁ ସେହି ବର୍ଷ ଷ୍ଟାଡିୟମ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୌର ପରିଷଦ ୫ ନଂ. ୱାର୍ଡ ଗଞ୍ଜାମ କଲୋନୀଠାରେ ସ୍ଥାନ ନିରୂପଣ ପରେ ପୂର୍ତ୍ତ ବିଭାଗ ୪.୫ କୋଟି ଟଙ୍କା ବ୍ୟୟରେ ଏହାର ନିର୍ମାଣ ଆରମ୍ଭ କରି ୨୦୨୨ ମାର୍ଚ୍ଚରେ ଶେଷ କରିଥିଲେ। ଷ୍ଟାଡିୟମ ମଧ୍ୟରେ ୨ଟି ବ୍ୟାଡମିଣ୍ଟନ କୋର୍ଟ ସହ ଜିମ୍‌, ଯୋଗ ଏବଂ ଚଲାପଥ ଭଳି ବିଭିନ୍ନ ବ୍ୟବସ୍ଥା ରହିଛି। ତେବେ ୨୦୨୨ଡିସେମ୍ବରରେ ଏହାକୁ ଖୋଲିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଥିଲେ ସୁଦ୍ଧା ନିର୍ମାଣକୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ବିତିଗଲାଣି ପ୍ରଶାସନ ଷ୍ଟାଡିୟମ କାର୍ଯ୍ୟକ୍ଷମ କରିବାକୁ ନାଁ ଧରୁନି। ଏନେଇ ଖେଳାଳିଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ବିଭାଗୀୟ ଏସଡିଓ କୃଷ୍ଣଚନ୍ଦ୍ର ସାହୁଙ୍କୁ ପଚାରିବାରୁ ସେ କହିଲେ, କିଛି ଆନୁଷଙ୍ଗିକ ଖେଳ ସାମଗ୍ରୀ ଲଗାଯିବାକୁ ବାକି ରହିଛି। ଏଥିସହ ଷ୍ଟାଡିୟମରେ ଆଉ କିଛି ବୈଦ୍ୟୁତିକ ଉପକରଣ ଲାଗିବା କାମ ବାକି ରହିଛି। ଷ୍ଟାଡିୟମର ପରିଚାଳନା ଦାୟିତ୍ୱ ନେବାକୁ କୌଣସି ସଂସ୍ଥା ଚୟନ ହୋଇ ନ ଥିବା ହେତୁ ଏହାକୁ ଖୋଲିବାରେ ବିଳମ୍ବ ହେଉଛି ବୋଲି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?