୧୧ ସହରାଞ୍ଚଳରେ ସ୍ଥାପନ ହେବ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୨୨।୯ବ୍ୟୁରୋ):  ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡ୍‌ସି) ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦.୬୫ କୋଟି ଟଙ୍କାର ପ୍ରକଳ୍ପକୁ ସବୁଜ ସଙ୍କେତ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିଗମ ନିର୍ଦ୍ଦେଶକ ପରିଷଦ ବୈଠକରେ ଏହି ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ମିଳିଛି। ନୂଆ ପ୍ରକଳ୍ପରେ ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରି, ଆଇସିଟି ପରୀକ୍ଷାଗାର ଆଦି ବିକଶିତ କରାଯିବ। ଛାତ୍ରୀଛାତ୍ରଙ୍କୁ ବିଶ୍ୱସ୍ତରୀୟ ଶିକ୍ଷା ଅନୁଭୂତି ପ୍ରଦାନ କରିବା ଲାଗି ଯତ୍ନବାନ ହେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ମଙ୍ଗଳବାର ଅନୁଷ୍ଠିତ ଏହି ବୈଠକରେ ନିଗମର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଉମା ନନ୍ଦୁରୀ ଆଲୋଚନାରେ ଅଂଶଗ୍ରହଣ କରି କହିଲେ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଆଦି ଜିଲାର ୮୮୯ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ରୂପାନ୍ତରିତ କରାଯିବ। ଏଥିରେ ମୋଟ ୫୩୩.୪୦କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ମଞ୍ଜୁର କରାଯାଇଛି। ଖଣି ପ୍ରଭାବିତ ୧୧ ସହରାଞ୍ଚଳରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ହେବ। ଏଥିଲାଗି ୧୦୪.୧୫ କୋଟି ଟଙ୍କାର ବିନିଯୋଗ କରାଯିବାକୁ ଯୋଜନା କରାଯାଇଛି। ବେଲପାହାଡ଼, ବ୍ରଜରାଜନଗର, ଆନନ୍ଦପୁର, ବଡ଼ବିଲ, ଯୋଡ଼ା, ବୀରମିତ୍ରପୁର, ରାଜଗାଙ୍ଗପୁର, ରାଉରକେଲା, ବ୍ୟାସନଗର ପୌର ନିଗମ ଏବଂ ଉଦଳା, ଚମ୍ପୁଆ ଏନ୍‌ଏସିକୁ ଉକ୍ତ ପ୍ରକଳ୍ପରେ ସାମିଲ କରାଯାଇଛି। ସେହିପରି ଖଣି ଅଞ୍ଚଳରେ ପରିବେଶ ପରିଚାଳନା ବ୍ୟବସ୍ଥାରେ ସୂଚନା, ପ୍ରଯୁକ୍ତି ବିଜ୍ଞାନ ଓ ତଥ୍ୟ ଅନୁଶୀଳନର ପ୍ରୟୋଗ ନିମନ୍ତେ ୩.୧୦ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri