୧୧ ସହରାଞ୍ଚଳରେ ସ୍ଥାପନ ହେବ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୨୨।୯ବ୍ୟୁରୋ):  ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡ୍‌ସି) ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦.୬୫ କୋଟି ଟଙ୍କାର ପ୍ରକଳ୍ପକୁ ସବୁଜ ସଙ୍କେତ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିଗମ ନିର୍ଦ୍ଦେଶକ ପରିଷଦ ବୈଠକରେ ଏହି ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ମିଳିଛି। ନୂଆ ପ୍ରକଳ୍ପରେ ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରି, ଆଇସିଟି ପରୀକ୍ଷାଗାର ଆଦି ବିକଶିତ କରାଯିବ। ଛାତ୍ରୀଛାତ୍ରଙ୍କୁ ବିଶ୍ୱସ୍ତରୀୟ ଶିକ୍ଷା ଅନୁଭୂତି ପ୍ରଦାନ କରିବା ଲାଗି ଯତ୍ନବାନ ହେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ମଙ୍ଗଳବାର ଅନୁଷ୍ଠିତ ଏହି ବୈଠକରେ ନିଗମର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଉମା ନନ୍ଦୁରୀ ଆଲୋଚନାରେ ଅଂଶଗ୍ରହଣ କରି କହିଲେ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଆଦି ଜିଲାର ୮୮୯ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ରୂପାନ୍ତରିତ କରାଯିବ। ଏଥିରେ ମୋଟ ୫୩୩.୪୦କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ମଞ୍ଜୁର କରାଯାଇଛି। ଖଣି ପ୍ରଭାବିତ ୧୧ ସହରାଞ୍ଚଳରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ହେବ। ଏଥିଲାଗି ୧୦୪.୧୫ କୋଟି ଟଙ୍କାର ବିନିଯୋଗ କରାଯିବାକୁ ଯୋଜନା କରାଯାଇଛି। ବେଲପାହାଡ଼, ବ୍ରଜରାଜନଗର, ଆନନ୍ଦପୁର, ବଡ଼ବିଲ, ଯୋଡ଼ା, ବୀରମିତ୍ରପୁର, ରାଜଗାଙ୍ଗପୁର, ରାଉରକେଲା, ବ୍ୟାସନଗର ପୌର ନିଗମ ଏବଂ ଉଦଳା, ଚମ୍ପୁଆ ଏନ୍‌ଏସିକୁ ଉକ୍ତ ପ୍ରକଳ୍ପରେ ସାମିଲ କରାଯାଇଛି। ସେହିପରି ଖଣି ଅଞ୍ଚଳରେ ପରିବେଶ ପରିଚାଳନା ବ୍ୟବସ୍ଥାରେ ସୂଚନା, ପ୍ରଯୁକ୍ତି ବିଜ୍ଞାନ ଓ ତଥ୍ୟ ଅନୁଶୀଳନର ପ୍ରୟୋଗ ନିମନ୍ତେ ୩.୧୦ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri