Posted inଜାତୀୟ

ଲଗାତାର ପଞ୍ଚମଥର ଲାଗି ଦେଶର ସବୁଠାରୁ ସ୍ୱଚ୍ଛ ସହର ତାଲିକାର ଶୀର୍ଷରେ ଇନ୍ଦୋର: ମିଳିବ ୩ ପୁରସ୍କାର

ନୂଆଦିଲ୍ଲୀ,୧୯ ।୧୧: ସ୍ୱଚ୍ଛତା ଅଭିଯାନରେ ପୁଣିଥରେ ବାଜି ମାରିଛିି ଇନ୍ଦୋର । ସ୍ୱଚ୍ଛତା ସର୍ବେକ୍ଷଣ ପରିଣାମ ଶନିବାର ଔପଚାରିକ ଭାବେ ଘୋଷଣା କରାଯିବ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହାକୁ ନେଇ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଲଗାତାର ୫ମ ଥର ଲାଗି ଇନ୍ଦୋର ସହରକୁ ସବୁଠାରୁ ସ୍ୱଚ୍ଛ ସହର ବୋଲି ଘୋଷଣା କରାଯିବ । ସ୍ୱଚ୍ଛତାର ନମ୍ବର ୱାନ ପୁରସ୍କାର ଇନ୍ଦୋରକୁ ମିଳିବ । ଏହାସହ ପ୍ରଥମ କରି କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ସଫେଇ ମିତ୍ର ଚ୍ୟାଲେଞ୍ଜ ପୁରସ୍କାର ବି ଇନ୍ଦୋର ହାତେଇବ । କେବଳ ସେତିକି ନୁହେଁ ଫାଇବ ଷ୍ଟାର କାଟାଗୋରୀ ଆୱାର୍ଡ ବି ଇନ୍ଦୋରକୁ ମିଳିବ ବୋଲି ଜଣାପଡିଛି । ଏଥର ଇନ୍ଦୋର ୩ଟି ପୁରସ୍କାର ପାଇ ଶୀର୍ଷରେ ରହିବ । ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ଇନ୍ଦୋର ୪ଥର ଲଗାତାର ଭାବେ ଦେଶର ସ୍ୱଚ୍ଛ ସହର ତାଲିକାର ଶୀର୍ଷରେ ରହି ଆସିଥିଲା । ୪ଥର ଯାକ ଇନ୍ଦୋକୁ ନମ୍ବର ୱାନ ପୁରସ୍କାର ମିଳିଛି । ଏହା ପଛରେ ରହିଛି ଇନ୍ଦୋର ନଗର ନିଗମ ଓ ସଫେଇ ମିତ୍ରଙ୍କ ଦିନରାତି ପରିଶ୍ରମ । ଚଳିତ ବର୍ଷର ପୁରସ୍କାରର ଘୋଷଣା ୨୦ ନଭେମ୍ବରେ କରାଯିବ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏଥର ଇନ୍ଦୋର ଖାତାକୁ ୩ଟି ପୁରସ୍କାର ଯିବ । ସଫେଇ ମିତ୍ର ଚ୍ୟାଲେଞ୍ଜ ପୁରସ୍କାର ଭାବେ ୧୨ କୋଟି ଟଙ୍କା ଦିଆଯିବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri