Posted inଜାତୀୟ

୫୦ଫୁଟ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୫ମୃତ

ଇନ୍ଦୋର,୨୩।୬: ମଧ୍ୟପ୍ରଦେଶ ଇନ୍ଦୋର ଜିଲାର ସିମରୋଲ ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ଅପରାହ୍ନରେ ଏକ ଯାତ୍ରୀବାହୀ ବସ୍‌ ୫୦ଫୁଟ୍‌ ଘାଟିରୁ ତଳକୁ ଖସିପଡ଼ିଛି। ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଇନ୍ଦୋର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନାଯୋଗ୍ୟ, ଯାତ୍ରୀବାହୀ ବସ୍‌ଟି ଇନ୍ଦୋରରୁ ଖଣ୍ଡଓ୍ବା ଯାଉଥିଲା। ସିମରୋଲ ଥାନା ଅଞ୍ଚଳର ଭୈରବ ଘାଟି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଖସିପଡ଼ିଥିଲା। ଫଳରେ ବସ୍‌ ତଳେ ଚାପି ହୋଇ ଘଟଣାସ୍ଥଳରେ ୫ଜଣ ମୃତ୍ୟୁ ହୋଇଥିବା ବେଳେ ୪୦ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ବସ୍‌ରେ ୫୦ରୁ ୬୦ଯାତ୍ରୀ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri