Posted inଜାତୀୟ

ସ୍ବଚ୍ଛତାରେ ପୁଣି ନମ୍ବର-୧ ହେଲା ଇନ୍ଦୋର

ଇନ୍ଦୋର,୧୧।୧: ସ୍ବଚ୍ଛତା ସର୍ବେକ୍ଷଣ ୨୦୨୪ରେ ମଧ୍ୟପ୍ରଦେଶର ଇନ୍ଦୋର ସହର କ୍ରମାଗତ ସପ୍ତମ ଥର ପାଇଁ ସ୍ବଚ୍ଛ ସହର ପୁରସ୍କାର ଜିତିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ସ୍ବଚ୍ଛ ସର୍ବେକ୍ଷଣ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଗୁଜରାଟ ସହର ସୁରଟକୁ ମଧ୍ୟ ସ୍ବଚ୍ଛ ସହର ପୁରସ୍କାର ପ୍ରଦାନ କରାଯାଇଥିଲା। ମଧ୍ୟପ୍ରଦେଶର ୬ଟି ସହର ଏବଂ ଛତିଶଗଡର ପାଞ୍ଚଟି ସହରକୁ ପୁରସ୍କାର ମିଳିଛି। ଏଥି ସହିତ ଭୋପାଳକୁ ଅଳିଆ ଫ୍ରି ସିଟି ପୁରସ୍କାର ମିଳିଛି। ମଧ୍ୟପ୍ରଦେଶର ଅମରକଣ୍ଟକ, ମହୁ ଏବଂ ବୁଦ୍ଧନୀକୁ ମଧ୍ୟ ଜାତୀୟ ପୁରସ୍କାର ମିଳିଛି।
ପୁସ୍କାର ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଇନ୍ଦୋରର ଲୋକମାନେ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସ୍ବଚ୍ଛତା କେବଳ ସେମାନଙ୍କର ଅଭ୍ୟାସରେ ପରିଣତ ହୋଇନାହିଁ, ବରଂ ବର୍ତ୍ତମାନ ସ୍ବଚ୍ଛତା ମଧ୍ୟ ସେମାନଙ୍କ ଚିନ୍ତାଧାରାରେ ଅଛି। ପରିଷ୍କାର ପରିଚ୍ଛନ୍ନତାର ଏହି ସବୁଠୁ ବଡ ସଫଳତା ପାଇଁ ମୁଁ ରାଜ୍ୟର ସମସ୍ତ ଲୋକଙ୍କୁ, ସ୍ବଚ୍ଛତା କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ଟିକ୍‌, ସ୍ଥାନୀୟ ଜନ ପ୍ରତିନିଧୀମାନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ପରିଷ୍କାର ପରିଚ୍ଛନ୍ନତା ପ୍ରତି ଆପଣଙ୍କର ଆଗ୍ରହ କଦାପି ହ୍ରାସ ପାଇବ ନାହିଁ ବୋଲି ମୁଁ ନିବେଦନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ସର୍ବଦା ପ୍ରତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri