Posted inଜାତୀୟ

ଚୁଡି ବିକିବାକୁ ଆସିଥିବା ଯୁବକଙ୍କୁ ପଚରାଗଲା ଏହି ପ୍ରଶ୍ନ: ଉତ୍ତର ଶୁଣି ସ୍ଥାନୀୟ ଲୋକେ ନିର୍ଧୂମ ଛେଚିଲେ

ଇନ୍ଦୋର,୨୩।୮: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ବଙ୍ଗଳା ବାଣଗଙ୍ଗା ଷ୍ଟେଶନ ଅଞ୍ଚଳର ଗୋବିନ୍ଦ ନଗରଠାରେ ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ ପ୍ରବଳ ପଟିଥିଲେ। ତସଲିମ୍‌ ନାମକ ଯୁବକଙ୍କ ତରଫରୁ ଲିଖିତ ଅଭିଯୋଗରେ କୁହାଯାଇଛି ଯେ, ସ୍ଥାନୀୟ ଲୋକେ ମାନେ ତାଙ୍କୁ ପ୍ରଥମେ ତାଙ୍କ ଜାତି ପଚାରିଥିଲେ, ଏହା ପରେ ମାଡ ମାରିବା ଆରମ୍ଭ କରିଥିଲେ। ଏହି ପ୍ରସଙ୍ଗରେ ଏକ ମାମଲା ରୁଜୁ କରି ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି।
ତସଲିମ୍‌ କହିଛନ୍ତି ଯେ, ଚୁଡି ବିକନ୍ତି। ପ୍ରାୟ ଦୁଇଟା ବେଳେ ଚୁଡି ବିକିବାକୁ ଗାଁକୁ ଯାଇଥିବାବେଳେ କିଛି ଲୋକ ଆସି ତାଙ୍କୁ ଜାତି ପଚାରିବାକୁ ଲାଗିଲେ। ଯେତେବେଳେ ସେ ତାଙ୍କ ନାମ କହିଲେ, ସେ ପିଟିବା ଆରମ୍ଭ କରିଦେଲେ ଏବଂ ଚୁଡି ଗୁଡିକ ମଧ୍ୟ ଭାଙ୍ଗିଦେଲେ। ସେପଟେ ଲୋକମାନେ କହିଛନ୍ତି ଯେ, ଚୁଡି ବିକ୍ରି କରିବା ବାହାନାରେ ଯୁବକମାନେ ମହିଳାମାନଙ୍କୁ ନିର୍ଯାତନା ଦେଉଥିଲେ। ଏହି ପୁରା ଘଟଣାର ଭିଡିଓ ମଧ୍ୟ ଭାଇରାଲ ହେବା ପରେ ଗୋଟିଏ ପାର୍ଶ୍ୱରୁ ଲୋକମାନେ ପୋଲିସ ଷ୍ଟେଶନକୁ ଘେରି ରହିଥିଲେ। ପୋଲିସ କୌଣସି ପ୍ରକାରେ ଲୋକଙ୍କୁ ପ୍ରବର୍ତ୍ତାଇ ସେମାନଙ୍କୁ ପଠାଇ ଦେଇଥିଲା। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ କଂଗ୍ରେସ ନେତା ତଥା କବି ଇମ୍ରାନ ପ୍ରତାପଗଢୀ ମଧ୍ୟପ୍ରଦେଶ ସରକାର ଉପରେ ଆକ୍ରମଣ କରିଛନ୍ତି। ସେ ଟୁଇଟରରେ ଲେଖିଛନ୍ତି ଯେ, ଏହି ଭିଡିଓ ଆଫଗାନିସ୍ତାନର ନୁହେଁ ବରଂ ଇନ୍ଦୋରରୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri