ଇନ୍ଦୋରରେ ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି: ସାନିଟାଇଜ୍‌ କରାଗଲା ଫଳ, ପନିପରିବା ଦୋକାନ

ଇନ୍ଦୋର,୨୫।୫: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ମଧ୍ୟପ୍ରଦେଶ ସରକାର ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ସବୁଠାରୁ ଅଧିକ କରୋନା ପ୍ରଭାବିତ ସହର ଇନ୍ଦୋରକୁ ଜୁନ୍‌ ୧ରୁ ଅନ୍‌ଲକ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗତ କିଛି ଦିନ ତଳେ ହୋଇଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ସିଂହ ଏନେଇ ନିଷ୍ପତ୍ତି ନେଇଥିଲେ। କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟାବହ ହୋଇଥିବା ବେଳେ ଏହାରି ଭିତରେ ସହରକୁ ପୁଣି ଥରେ ଖୋଲିବା ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ସଦୃଶ। ତେବେ ପ୍ରଶାସନ ଓ ନଗର ନିଗମ ପକ୍ଷରୁ ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ସହରକୁ ସାନିଟାଇଜ୍‌ ବ୍ୟବସ୍ଥା କରାଯାଉଛି। ତେବେ ସର୍ବପ୍ରଥମେ ଫଳ ଓ ପନିପରିବା ବଜାରରୁ ସାନିଟାଇଜ୍‌ କାର୍ଯ୍ୟ ଆରମ୍ଭ ହୋଇଛି। କାରଣ ଲୋକଙ୍କ ଚଳପ୍ରଚଳ ସବୁଠାରୁ ଅଧିକ ଏଠାରେ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷାକୁ ନଜରରେ ରଖି ପ୍ରଶାସନ କୌଣସି ରିସ୍କ ନେବାକୁ ଚାହୁଁନାହିଁ। ଇନ୍ଦୋରକୁ କରୋନା ମୁକ୍ତ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ସାନିଟାଇଜ୍‌ କାର୍ଯ୍ୟ କରାଯାଉଛି। ସହରରେ ଗତ ୧୦ଦିନର କଡ଼ା ଲକ୍‌ଡାଉନ ପରେ ଏବେ ଧୀରେ ଧୀରେ କଟକଣାକୁ କୋହଳ କରାଯାଉଥିବା ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri