ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ ଭାଙ୍ଗିଲା: ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ

କୋକସରା,୩୧ା୭(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ ହୋଇ ଜୟପାଟଣା କୋକସରା ଓ ଧର୍ମଗଡ଼ ବ୍ଲକର ଅଣଜଳସେଚିତ ଚାଷଜମିକୁ ଜଳସେଚନ ପାଇଁ ପାଣି ଛଡ଼ା ଯାଇଥିଲା। ହେଲେ ପ୍ରଥମ ବନ୍ୟାଜଳ ନିଷ୍କାସନରେ ହିଁ ଭାଙ୍ଗିଗଲା କେନାଲ ବନ୍ଧ। ଫଳରେ ହେକ୍ଟର ହେକ୍ଟର ଚାଷଜମି ଏବେ ଜଳମଗ୍ନ ହୋଇଛି। କୋକସରା ବ୍ଲକର ମାଝୀଗୁଡ଼ା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଓଭର ଫ୍ଲୋ ପାଣି କେନାଲ ଦେଇ ପ୍ରବାହିତ ହେବା ଓ ନିମ୍ନମାନର କାମ ହୋଇଥିବା ଯୋଗୁ କେନାଲ ବନ୍ଧ ଭାଙ୍ଗିଯାଇଛି। ପ୍ରାୟ ୧୦ ଫୁଟ ଘାଇ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ବର୍ତ୍ତମାନ ହେକ୍ଟର ହେକ୍ଟର ଜମିରେ ଚାଷୀଙ୍କ ରୁଆ ଓ ବୁଣା ଧାନରେ ପାଣି ମାଡ଼ି ଯିବାରୁ ମାଝୀଗୁଡା ଓ କୋକସରା ଅଞ୍ଚଳର ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି ।

ମାଝୀଗୁଡା ଓ କୋକସରା ପଞ୍ଚାୟତର ଚାଷୀମାନେ କେନାଲ ବନ୍ଧ ଭାଙ୍ଗିବା ପାଇଁ ଠିକାସଂସ୍ଥାର ନିମ୍ନମାନର କାମ ଓ ଅବହେଳାକୁ ଦାୟୀ କରିବା ସହ ସେମାନଙ୍କ ନଷ୍ଟ ହୋଇଥିବା ଚାଷର ଆକଳନ କରି କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଘଟଣାସ୍ଥଳରେ ମେଗା ଲିଫ୍ଟ କେନାଲର ନିର୍ବାହୀଯନ୍ତ୍ରୀଙ୍କ ସମେତ ଠିକାସଂସ୍ଥା ଅଧିକାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମରାମତି କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଖବର ପାଇ ଧର୍ମଗଡ଼ ଉପଜିଲାପାଳ, କୋକସରା ତହସିଲଦାର, ରାଜସ୍ବ ନିରୀକ୍ଷକ ପହଞ୍ଚି ଚାଷୀଙ୍କ ସହ ଆଲୋଚନା ସହ କ୍ଷତିପୂରଣ ପାଇଁ ଆକଳନ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri