ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ ଥିବା ‘ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ’କୁ ନେଇ ଏକ ଅଜବ ଚିତ୍ର ସାମ୍ନାକୁ ଆସିଛି। ପ୍ରକଳ୍ପର ଶିଳାନ୍ୟାସ ହେବାର ମାତ୍ର ୧୯ ଦିନ ପରେ ସେଠାରେ ଲାଗିଥିବା ବୋର୍ଡରୁ ସୂଚନା ଫଳକ ଗାୟବ ହୋଇଯାଇଛି। ଏହି ଫଳକକୁ କିଏ ଏବଂ କାହିଁକି ହଟାଇଲା, ତାହାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହେବା ସହ ଚର୍ଚ୍ଚା ଜୋର୍ ଧରିଛି।

ଉଲ୍ଲେଖଯୋଗ୍ୟ ଯେ, ଗତ ଜୁନ୍ ୨୦ ତାରିଖରେ ମୟୂରଭଞ୍ଜରୁ ଭର୍ଚୁଆଲ୍ ମୋଡ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଏହି ମେଗା ପ୍ରକଳ୍ପର ଶିଳାନ୍ୟାସ କରାଯାଇଥିଲା। ପ୍ରାୟ ୪,୦୬୦ କୋଟି ଟଙ୍କାର ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ମାଧ୍ୟମରେ ଇନ୍ଦ୍ରାବତୀ ଜଳଭଣ୍ଡାରର ପାଣିକୁ ପଥର ସୁଡ଼ଙ୍ଗ ଦେଇ ଆଣି ୬୦୦ ମେଗାୱାଟ ବିଦ୍ୟୁତ ଉତ୍ପାଦନ କରାଯିବାର ଲକ୍ଷ୍ୟ ରହିଛି। ପରେ ସେହି ପାଣିକୁ ପୁଣି ଉଚ୍ଚ କ୍ଷମତା ସମ୍ପନ୍ନ ପମ୍ପ ସାହାଯ୍ୟରେ ଜଳଭଣ୍ଡାରକୁ ଫେରାଇ ନିଆଯିବାର ବ୍ୟବସ୍ଥା ହୋଇଛି।

ତେବେ ଏଭଳି ଏକ ବୃହତ୍ ଜନହିତକର ପ୍ରକଳ୍ପର ଶିଳାନ୍ୟାସ ସମୟରେ ଓଏଚପିସି (OHPC) କର୍ତ୍ତୃପକ୍ଷ ସ୍ଥାନୀୟ ବିଧାୟକ, ପ୍ରଶାସନିକ ଅଧିକାରୀ, ଜନସାଧାରଣ କିମ୍ବା ଗଣମାଧ୍ୟମକୁ କୌଣସି ସୂଚନା ଦେଇନଥିଲେ, ଯାହାକୁ ନେଇ ପୂର୍ବରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ଶିଳାନ୍ୟାସ ସ୍ଥଳରୁ ବୋର୍ଡ ଗାୟବ ହେବା ଘଟଣା ସ୍ଥାନୀୟ ଲୋକଙ୍କ ଆଶ୍ଚର୍ଯ୍ୟକୁ ଦ୍ଵିଗୁଣିତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri