Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଯାଞ୍ଚ୍‌ କରୁଥିବା ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କୁ ଧମକ…

ନୂଆଦିଲ୍ଲୀ, ୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମଲହୋତ୍ରା ଧମକ ଦିଆଯାଇଛି। ଶିଖ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ) ସଂଗଠନ ପକ୍ଷରୁ ତାଙ୍କୁ ଏହି ଧମକ ମିଳିଥିବା କୁହାଯାଉଛି। ଏହି ସଂଗଠନ ପକ୍ଷରୁ ଧମକପୂର୍ଣ୍ଣ ଅଡିଓ କ୍ଲିପ ଜାରି ହୋଇଛି।

ପ୍ରଧାନମନ୍ତ୍ରୀ ଏବଂ ଶିଖଙ୍କ ମଧ୍ୟରୁ ତାଙ୍କୁ ବାଛିବାକୁ ପଡ଼ିବ ବୋଲି ଧମକପୂର୍ଣ୍ଣ ଅଡ଼ିଓ କ୍ଲିପ୍‌ରେ କୁହାଯାଇଛି। ଏହା ପୂର୍ବରୁ ମଧ୍ୟ ସୁପ୍ରିମକୋର୍ଟର ବହୁ ଆଇନଜୀବୀଙ୍କୁ ଏହି ପ୍ରସଙ୍ଗରେ ଧମକପୂର୍ଣ୍ଣ କଲ ମିଳିଥିଲା। ଏଥିରୁ ଦୂରେଇ ରହିବାକୁ ସେମାନଙ୍କୁ କୁହାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସୁରକ୍ଷା ଅବହେଳା ନେଇ ସୁପ୍ରିମକୋର୍ଟ ଏକ କମିଟି ଘୋଷଣା କରିଛନ୍ତି। ପୂର୍ବତନ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ପାଞ୍ଚ ଜଣିଆ କମିଟି ଗଠନ କରାଯାଇଛି।
ଧମକ ମଳିବା ପରେ ସୁପ୍ରିମକୋର୍ଟର ବାର୍‌ ଆସୋସିଏଶନ ପକ୍ଷରୁ ଜଷ୍ଟିସ ଇନ୍ଦୁ ମଲହୋତ୍ରାଙ୍କୁ ଏକ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳାକୁ ନେଇ ଆଇନଜୀବୀଙ୍କୁ ମିଳିଥିବା ଧମକର ଯାଞ୍ଚ କରିବାକୁ ଦାବି କରାଯାଇଛି।

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ଚାଲିଥିବା ଶୁଣାଣିରେ ଅଂଶଗ୍ରହଣ ନ କରିବାକୁ ଆଇନଜୀବୀମାନଙ୍କୁ ଧମକ ଦିଆଯାଇଛି। ଧମକରେ କୁହାଯାଇଛି ଯେ, ୧୯୮୪ ଶିଖ ଦଙ୍ଗା ଏବଂ ଜନଶୁଣାଣିରେ ଜଣେ ହେଲେ ଦୋଷୀଙ୍କୁ ମଧ୍ୟ ଦଣ୍ଡ ଦିଆଯାଇ ନାହିଁ। ତେଣୁ, ଏହି ପ୍ରସଙ୍ଗର ଶୁଣାଣି କରାଯିବା ଉଚିତ ନୁହେଁ ବୋଲି ଧମକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri