Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଯାଞ୍ଚ୍‌ କରୁଥିବା ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କୁ ଧମକ…

ନୂଆଦିଲ୍ଲୀ, ୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମଲହୋତ୍ରା ଧମକ ଦିଆଯାଇଛି। ଶିଖ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ) ସଂଗଠନ ପକ୍ଷରୁ ତାଙ୍କୁ ଏହି ଧମକ ମିଳିଥିବା କୁହାଯାଉଛି। ଏହି ସଂଗଠନ ପକ୍ଷରୁ ଧମକପୂର୍ଣ୍ଣ ଅଡିଓ କ୍ଲିପ ଜାରି ହୋଇଛି।

ପ୍ରଧାନମନ୍ତ୍ରୀ ଏବଂ ଶିଖଙ୍କ ମଧ୍ୟରୁ ତାଙ୍କୁ ବାଛିବାକୁ ପଡ଼ିବ ବୋଲି ଧମକପୂର୍ଣ୍ଣ ଅଡ଼ିଓ କ୍ଲିପ୍‌ରେ କୁହାଯାଇଛି। ଏହା ପୂର୍ବରୁ ମଧ୍ୟ ସୁପ୍ରିମକୋର୍ଟର ବହୁ ଆଇନଜୀବୀଙ୍କୁ ଏହି ପ୍ରସଙ୍ଗରେ ଧମକପୂର୍ଣ୍ଣ କଲ ମିଳିଥିଲା। ଏଥିରୁ ଦୂରେଇ ରହିବାକୁ ସେମାନଙ୍କୁ କୁହାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସୁରକ୍ଷା ଅବହେଳା ନେଇ ସୁପ୍ରିମକୋର୍ଟ ଏକ କମିଟି ଘୋଷଣା କରିଛନ୍ତି। ପୂର୍ବତନ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ପାଞ୍ଚ ଜଣିଆ କମିଟି ଗଠନ କରାଯାଇଛି।
ଧମକ ମଳିବା ପରେ ସୁପ୍ରିମକୋର୍ଟର ବାର୍‌ ଆସୋସିଏଶନ ପକ୍ଷରୁ ଜଷ୍ଟିସ ଇନ୍ଦୁ ମଲହୋତ୍ରାଙ୍କୁ ଏକ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳାକୁ ନେଇ ଆଇନଜୀବୀଙ୍କୁ ମିଳିଥିବା ଧମକର ଯାଞ୍ଚ କରିବାକୁ ଦାବି କରାଯାଇଛି।

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ଚାଲିଥିବା ଶୁଣାଣିରେ ଅଂଶଗ୍ରହଣ ନ କରିବାକୁ ଆଇନଜୀବୀମାନଙ୍କୁ ଧମକ ଦିଆଯାଇଛି। ଧମକରେ କୁହାଯାଇଛି ଯେ, ୧୯୮୪ ଶିଖ ଦଙ୍ଗା ଏବଂ ଜନଶୁଣାଣିରେ ଜଣେ ହେଲେ ଦୋଷୀଙ୍କୁ ମଧ୍ୟ ଦଣ୍ଡ ଦିଆଯାଇ ନାହିଁ। ତେଣୁ, ଏହି ପ୍ରସଙ୍ଗର ଶୁଣାଣି କରାଯିବା ଉଚିତ ନୁହେଁ ବୋଲି ଧମକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?