ବର୍ଷକ ମଧ୍ୟରେ କେନ୍ଦ୍ରାପଡ଼ାରେ ଶିଳ୍ପ ପ୍ରତିଷ୍ଠା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶକ୍ତି, ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଶନିବାର ଡୁବୁରୀ-ପାରାଦୀପ ଏକ୍ସପ୍ରେସ୍‌ ହାଇୱେ କଡ଼ରେ ଶିଳ୍ପ ପ୍ରତିଷ୍ଠା ଲାଗି ଜମି ଚିହ୍ନଟ ପାଇଁ ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନ ବୁଲି ଦେଖିଛନ୍ତି। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, ଓପିଟିସିଏଲ୍‌ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ର, କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ, କେନ୍ଦ୍ରାପଡ଼ା ଆରକ୍ଷୀ ଅଧୀକ୍ଷକ ସନ୍ଦୀପ ସମ୍ପତ୍‌ ମାଡ୍‌କର, ଇଡ୍‌କୋ ଜିଏମ୍‌. କଲ୍ୟାଣ ମହାନ୍ତିଙ୍କ ସହ ଆସି ସେ ପ୍ରଥମେ ଯାଜପୁର ଜିଲାର ଦର୍ପଣ ତହସିଲ, ଚଣ୍ଡିଖୋଲ-ପାରାଦୀପ ଟୋଲଗେଟ୍‌ ସନ୍ନିକଟ ଶ୍ରୀରାମପୁର ମୌଜାର କେତେକ ଅବ୍ୟବହୃତ ଜମି ଦେଖିଥିଲେ। ଏସବୁ ସ୍ଥାନ ଘରୋଇ ମାଲିକାନାରେ ଥିବା ସତ୍ତ୍ବେ ଚାଷ କରାଯାଉ ନ ଥିବା ଦେଖାଯାଇଛି। ପରେ ମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲର କେତେକ ସ୍ଥାନ ବୁଲି ଦେଖିଥିଲେ।
ସେଠାରୁ କେନ୍ଦ୍ରାପଡ଼ା ଯାଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ବୈଠକ କରି ଜିଲାପାଳଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ମହାକାଳପଡ଼ା ତହସିଲର ଅମେଇପାଳ ମୌଜା, କଳଗଡ଼ା, ଯଦୁପୁର, ଅଙ୍ଗୁଳାଇ, ବେରୁହାଁ ମୌଜା, ଡେରାବିଶ ତହସିଲର ଫକୀରାବାଦ, ତିଲକପୁର ଓ ନୂଆହାଟ ମୌଜାଗୁଡ଼ିକରେ ଉପଲବ୍ଧ ଜମି ନକ୍ସା ଅନୁଧ୍ୟାନ କରିଥିଲେ। କେନ୍ଦ୍ରାପଡ଼ା ଜିଲାରେ କୌଣସି ଶିଳ୍ପ ପ୍ରତିଷ୍ଠାନ ହୋଇପାରୁନାହିଁ। ତେଣୁ ଏସବୁ ଚିହ୍ନଟ ଜମିକୁ ଶିଳ୍ପ ପ୍ରତିଷ୍ଠାନ ନିର୍ମାଣ ସକାଶେ କିପରି ପ୍ରସ୍ତୁତ କରାଯାଇ ପାରିବ ସେନେଇ ଆଲୋଚନା କରାଯାଇଛି। ଯେଉଁ ବେସରକାରୀ ଜମି ଏହି ଉଦ୍ଦେଶ୍ୟରେ କ୍ରୟ କରାଯିବ ତାର ମୂଲ୍ୟ ପଟ୍ଟାଦାରଙ୍କ ଖାତାରେ ଜମାହେବ ବୋଲି ସେ ସୂଚନା ଦେଇଥିଲେ। ତେବେ ସମସ୍ତ ଜଣାପଡିବା ପରେ ଶର୍ମା କଳଗଡ଼ାଠାରେ ଥିବା ଜମି ଚକଡ଼ାକୁ ପ୍ରଥମ, କଳଗଡ଼ାର ଦ୍ୱିତୀୟ ଚକଡ଼ାକୁ ଦ୍ୱିତୀୟ ଓ ମଣିକୁନ୍ଦା ଜମି ଚକଡ଼ାକୁ ତୃତୀୟ ଭାବେ ପ୍ରାଥମିକତା ସୂତ୍ରରେ ବାଛିବାକୁ କହିଛନ୍ତି। ଏ ସବୁ ଜମିର କିସମ, ଜମି ମାଲିକଙ୍କ ଜାତି, ବିକ୍ରି ପାଇଁ ମତାମତ ଉପରେ ଅନୁଧ୍ୟାନ କରିବାକୁ ସେ ଜିଲାପାଳ, ଜମି ଅଧିଗ୍ରହଣ ଅଧିକାରୀ ଓ ରାଜସ୍ବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସେଠାରୁ ମନ୍ତ୍ରୀ ପାରାଦୀପ ଯାଇ ପ୍ଲାଷ୍ଟିକ୍‌ ପାର୍କଠାରେ ସିପେଟ୍‌ ଦ୍ୱାରା ପରିଚାଳିତ ତାଲିମ କାର୍ଯ୍ୟକ୍ରମର ସଂଚାଳନ ସହ ପ୍ଲାଷ୍ଟିକ୍‌ର ବିଭିନ୍ନ ବ୍ୟବହାରଯୋଗ୍ୟ ଉପକରଣର ନିର୍ମାଣଶୈଳୀ ବୁଲି ଦେଖିଥିଲେ। ସମ୍ପ୍ରତି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ, ମହାନଦୀ କୋଲ୍‌ଡ ଫିଲ୍‌ଡ ଲିମିଟେଡ୍‌ ଏବଂ ଓଡ଼ିଶା ଅନୁସୂଚିତ ଜାତି/ଜନଜାତି ଉନ୍ନୟନ ନିଗମ ଦ୍ୱାରା ପ୍ରାୟୋଜିତ ଯୁବତୀଯୁବକଙ୍କୁ ତାଲିମ ଦିଆଯାଉଥିବା ଅନୁଧ୍ୟାନ କରିଛନ୍ତି। ପରେ ସେଠାରେ ଜଗତ୍‌ସିଂହପୁର ଜିଲାପାଳ ସୁଶ୍ରୀ ପାରୁଲ ପଟ୍ଟୱାରୀ ଓ ଜିଲାସ୍ତରୀୟ ଅଧିକାରୀ ତଥା ଇଡ୍‌କୋର ଜମି ଅଧିଗ୍ରହଣ ଅଧିକାରୀମାନଙ୍କ ଉପସ୍ଥିତିରେ ଇଡ୍‌କୋ ଦ୍ୱାରା ଶିଳ୍ପପୁଞ୍ଜ ପ୍ରତିଷ୍ଠା ଓ ବିକାଶ ନିମନ୍ତେ କରାଯାଉଥିବା ଜମି ଅଧିଗ୍ରହଣ ପ୍ରକ୍ରିୟା ସମ୍ପର୍କରେ ଏକ ବୈଠକ କରାଯାଇଥିଲା। ଓଡ଼ିଶା ଶକ୍ତି ସଂଚରଣ ନିଗମ ଓ ଟିପିସିଓଡିଏଲ୍‌ ଦ୍ୱାରା କରାଯାଉଥିବା ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କରାଯାଇ ଆଗାମୀ ୨୦/୩୦ ବର୍ଷକୁ ଦୃଷ୍ଟିରେ ରଖି ବିଦ୍ୟୁତ୍‌ର ଆବଶ୍ୟକତାକୁ ଆକଳନ କରି ଯୋଜନା ପ୍ରସ୍ତୁତ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri