ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ଥାନା, କେନ୍ଦୁଝର, ବଡ଼ବିଲରେ ସ୍ଥାପନ ହେବ ଟ୍ରାଫିକ୍‌ ଥାନା: ସୃଷ୍ଟି ହେବ ୪୭ ନୂଆ ପଦବୀ

ଭୁବନେଶ୍ୱର,୨ା୫(ବ୍ୟୁରୋ)-ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଶିଳ୍ପାଞ୍ଚଳ ଥାନାରେ ପରିଣତ କରାଯାଇଛି । ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅନୁମୋଦନ କରିଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଥାନାରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ୍‌ଇନ୍ସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର, ୨ଟି ହାବିଲଦାର ଏବଂ ୧୧ଟି କନ୍‌ଷ୍ଟେବଲ ପଦବୀ ରହିଛି ।
ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡ଼ବିଲ ସହରରେ ଦୁଇଟି ଟ୍ରାଫିକ୍‌ ଥାନା ମଧ୍ୟ ସୃଷ୍ଟି କରିଛନ୍ତି । ଏଥିପାଇଁ ୨୪ଟି ନୂତନ ପଦବୀ ମଞ୍ଜୁର କରାଯାଇଛି । ଏ ସମ୍ପର୍କିତ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ୱାରା ଉକ୍ତ ଦୁଇଟି ସହରରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଦୁଇଟି ଟ୍ରାଫିକ୍‌ ପୋଲିସ ଷ୍ଟେଶନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର ଓ ୧୬ଟି କନ୍‌ଷ୍ଟେବଲ ପଦବୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri