ଶିଳ୍ପ ପ୍ରଦୂଷଣରେ ଆକ୍ରାନ୍ତ ଶିଳ୍ପବିହୀନ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା,୧୩ା୮ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ମଧ୍ୟମ ଅଥବା ବୃହତ୍‌ ଶିଳ୍ପ ନାହିଁ। ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବା ବେଳେ ଅନ୍ୟ ତିନିପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ ଏହି ଜିଲାବାସୀଙ୍କୁ ଅତିଷ୍ଠ କରୁଛି। ଜିଲାର ୭ ନଦୀ ଓ ୨୭ ନାଳର ପାଣି ଏବେ ମିଠା ଜହର ପାଲଟିଛି। ପାନୀୟ ଜଳ ସମେତ ଜିଲାର ବାୟୁମଣ୍ଡଳ ଏବେ ପ୍ରଦୂଷିତ ହୋଇଛି ବୋଲି ବିଭିନ୍ନ ରିପୋର୍ଟରେ ଉଲ୍ଲେଖ ଅଛି। ଜନସାଧାରଣଙ୍କ ସହିତ ଜଙ୍ଗଲ, ବନ୍ୟ ଓ ସାମୁଦ୍ରିକ ପ୍ରାଣୀ ଏଥିରେ ହନ୍ତସନ୍ତ ହେଉଛନ୍ତି। ପ୍ରଦୂଷଣକୁ ରୋକିବା ପାଇଁ ପ୍ରଶାସନିକ ଉଦ୍ୟମ ନାହିଁ। ଏହା ବିରୋଧରେ ନ୍ୟାଶନାଲ ଗ୍ରୀନ ଟ୍ରି୍ୟବୁନାଲ(ଏନ୍‌ଜିଟି)ରେ ମାମଲା ହେବ ବୋଲି ବୁଦ୍ଧିଜୀବୀ ଓ ପରିବେଶବିତ୍‌ମାନେ ମତ ଦେଇଛନ୍ତି।

ପରିବେଶବିତ୍‌ ସମରେନ୍ଦ୍ର ମାହାଳି କହିଛନ୍ତି, ପଡ଼େଶୀ ଜଗତସିଂହପୁର ଜିଲାର ୧୬ ବୃହତ୍‌ ଶିଳ୍ପ କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକକୁ ଲାଗିଛି। ଶିଳ୍ପାଞ୍ଚଳରେ ଆମୋନିଆ, ନାଇଟ୍ରୋଜେନ, ହାଇଡ୍ରୋଜେନ, ସଲଫର ଡାଇଅକ୍ସାଇଡ, କ୍ଲୋରିନ ପରି ମାରାତ୍ମକ ଗ୍ୟାସ ବ୍ୟବହାର ହେଉଛି। କଳକାରଖାନାରୁ ନିର୍ଗତ ମିଥାଇଲ ଆଇସୋସିଆନେଡ, କ୍ଲୋର ପ୍ରିକ୍ରିନ, କ୍ଲୋର ବେଞ୍ଜାଇକ ଆଦି ବଜ୍ୟ ରାସାୟନିକ ବସ୍ତୁକୁ ନିକଟସ୍ଥ ନଦୀନାଳକୁ ଛଡାଯାଉଛି। ଏହି ଗ୍ୟାସ ଏବେ କେନ୍ଦ୍ରାପଡ଼ା ଜିଲାବାସୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ବିପଦ ସାଜିଛି। ବିଷାକ୍ତ ଗ୍ୟାସ ଫଳରେ ଚାଷ ଓ ଫସଲ ନଷ୍ଟ ହେଉଥିବା ବେଳେ ଚର୍ମରୋଗଠାରୁ ଆରମ୍ଭ କରି କ୍ୟାନସର କାରଣ ସାଜିଛି। ଏନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରା ଯାଇଥିଲେ ମଧ୍ୟ ପ୍ରଦୂଷଣ ରୋକିବାକୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଏନେଇ ଏକ ମାମଲା ଏନ୍‌ଜିଟିରେ ହେବ ବୋଲି ସେ ପ୍ରକାଶ କରିଛନ୍ତି। ସାମାଜିକ କର୍ମୀ ପ୍ରତାପ ଚନ୍ଦ୍ର ପାଢ଼ୀ କହିଛନ୍ତି, ରାଜ୍ୟ ସରକାରଙ୍କ ସେଣ୍ଟ୍ରାଲ ଗ୍ରାଉଣ୍ଡ ୱାଟର ବୋର୍ଡ ୨୦୧୧ରେ ଏହି ଜିଲାରେ ଏକ ସର୍ଭେ କରିଥିଲେ। ଭୂତଳ ଜଳକୁ ପରୀକ୍ଷା ପରେ ନାଇଟ୍ରେଟ, ଆଇରନ ଓ ଫ୍ଲୋରାଇଡ ଆବଶ୍ୟକତାଠାରୁ ବହୁ ପରିମାଣରେ ଜଳରେ ଥିବା ଜାଣିଥିଲେ। ୨୦୧୪ରେ ବାରିପଦାସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ବାୟୋଟେକ୍ନୋଲୋଜିର ଗବେଷକ ବି.ସି.ବେହେରା, ଭୁବନେଶ୍ୱରସ୍ଥିତ ଏମ୍‌ଆଇଟିଏସ ସ୍କୁଲ ଅଫ୍‌ ବାୟୋ ଟେକ୍ନୋଲୋଜି ପ୍ରାଧ୍ୟାପକ ଆର.ଆର.ମିଶ୍ର, ବାଙ୍ଗାଲୋରସ୍ଥିତ ଆଇଆରଏସ୍‌ର ରିଡର ଏସ୍‌.କେ.ଦତ୍ତା ପ୍ରମୁଖ ଏକ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିରେ ବାୟୁ ପ୍ରଦୂଷଣ ସହିତ ଜଳର ମାତ୍ରାଧିକ ପ୍ରଦୂଷଣ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଏଥିପାଇଁ ପଡୋଶୀ ୪ ଜିଲାର ଶିଳ୍ପକୁ ଦାୟୀ କରାଯାଇପାରେ।ବ୍ରାହ୍ମଣୀ ନଦୀରେ ତାଳଚେର ଜିଲାର ଶିଳ୍ପ ବର୍ଜ୍ୟବସ୍ତୁ ଛାଡୁଥିବା ବେଳେ ଏଥିରେ କଳିଙ୍ଗ ନଗର ଶିଳ୍ପ ସାମିଲ ହୋଇଛି। ସେହିପରି ମହାନଦୀର ଜଳକୁ କଟକ ଓ ଜଗତସିଂହପୁର ଜିଲାର ଶିଳ୍ପାଞ୍ଚଳ ନଷ୍ଟ କରୁଥିବା ବେଳେ ଧାମରା ବନ୍ଦର ମଧ୍ୟ ଏହି ଜିଲାର ପରିବେଶକୁ ନଷ୍ଟ କରୁଛି। ଏସବୁ ଶିଳ୍ପାଞ୍ଚଳ କେନ୍ଦ୍ରାପଡ଼ା ଜିଲାର ରାସ୍ତାକୁ ଉପଯୋଗ କରୁଥିବା ବେଳେ ରାସାୟନିକ ବିପର୍ଯ୍ୟୟ ପାଇଁ କୌଣସି ତପତ୍ରତା ନାହିଁ ା ସେହିପରି ପଡୋଶୀ ଜିଲା କେନ୍ଦ୍ରାପଡ଼ାରେ ସିଏସ୍‌ଆର ଫଣ୍ଡ ବିନିଯୋଗ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି। ସାମାଜିକ କର୍ମୀ ଶୁଭାଶିଷ ଷଡ଼ଙ୍ଗୀ କହିଛନ୍ତି, ଗତ ୨୦୨୧ରେ ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ ଦେଶର ୧୧୨ଟି ପ୍ରଦୂଷିତ ଅଞ୍ଚଳକୁ ଚିହ୍ନଟ କରିଛନ୍ତି। ଏଥିରେ ପାରାଦୀପ ବନ୍ଦର ୪୮ ତମ ସ୍ଥାନରେ ଅଛି ା ପ୍ରଦୂଷଣ ଯୋଗୁ ଜାତୀୟ ଉଦ୍ୟାନ ଭିତରକନିକାକୁ ବିଶ୍ୱ ଐତିହ୍ୟ ତାଲିକାରୁ ବାଦ ପଡିଛି। ଏପରି ସ୍ଥିତି ଜାରି ରହିଲେ ଏହି ଅଭୟାରଣ୍ୟରେ ବହୁ ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ନିଶ୍ଚିହ୍ନ ହେବା ସହିତ ତଟକ୍ଷୟ ଦ୍ରୁତଗତିରେ ହେବ। ଏସମ୍ପର୍କରେ ଏଡିଏମ୍‌ ପିତାମ୍ବର ସାମଲ କହିଛନ୍ତି, ବିଭାଗୀୟ ଅନୁଧ୍ୟାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ପରିବେଶ ବିଭାଗକୁ ଚିଠି ହୋଇଛି। ପ୍ରଦୂଷିତ କରୁଥିବା ପ୍ଲାଣ୍ଟଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଚିଠିରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri