ପ୍ରଦୂଷଣ ବଳୟରେ ଶିଳ୍ପବିହୀନ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୩୦ା୫: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ଅତିଷ୍ଠ କରୁଛି। ଜିଲାର ୭ ନଦୀ ଓ ୨୭ ନାଳର ପାଣି ଏବେ ମିଠା ଜହର ପାଲଟିଛି। ପାନୀୟ ଜଳ ସମେତ ଜିଲାର ବାୟୁମଣ୍ଡଳ ଏବେ ପ୍ରଦୂଷଣର ବଳୟ ମଧ୍ୟରେ ରହିଥିବା ବିଭିନ୍ନ ରିପୋର୍ଟରେ ଉଲ୍ଲେଖ ଅଛି। ଜନସାଧାରଣଙ୍କ ସହ ଜଙ୍ଗଲ, ବନ୍ୟ ଓ ସାମୁଦ୍ରିକ ପ୍ରାଣୀ ଏଥିଯୋଗୁ ହନ୍ତସନ୍ତ ହେଉଛନ୍ତି। ପ୍ରଦୂଷଣକୁ ରୋକିବାକୁ ପ୍ରଶାସନିକ ଉଦ୍ୟମ କରାଯାଉନାହିଁ। ଏହା ବିରୋଧରେ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ରେ ମାମଲା ହେବ ବୋଲି ବୁଦ୍ଧିଜୀବୀ ଓ ପରିବେଶବିତ୍‌ମାନେ ମତ ଦେଇଛନ୍ତି।
ଏ ସମ୍ପର୍କରେ ପରିବେଶବିତ୍‌ ସମରେନ୍ଦ୍ର ମାହାଳି କହିଛନ୍ତି, ପଡ଼ୋଶୀ ଜଗତ୍‌ସିଂହପୁର ଜିଲାର ୧୬ଟି ବୃହତ ଶିଳ୍ପ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକକୁ ଲାଗିଛି। ଶିଳ୍ପାଞ୍ଚଳରେ ଆମୋନିଆ, ନାଇଟ୍ରୋଜେନ, ହାଇଡ୍ରୋଜେନ, ସଲ୍‌ଫର ଡାଇଅକ୍ସାଇଡ, କ୍ଲୋରିନ ପରି ମାରାତ୍ମକ ଗ୍ୟାସ୍‌ ବ୍ୟବହାର ହେଉଛି। କଳକାରଖାନାରୁ ନିର୍ଗତ ମିଥାଇଲ ଆଇସୋସିଆନେଡ, କ୍ଲୋର ପ୍ରିକ୍ରିନ, କ୍ଲୋର ବେଞ୍ଜାଇକ ଆଦି ବର୍ଜ୍ୟ ରାସାୟନିକ ବସ୍ତୁକୁ ନିକଟସ୍ଥ ନଦୀନାଳକୁ ଛଡାଯାଉଛି। ଏହି ଗ୍ୟାସ୍‌ ଏବେ କେନ୍ଦ୍ରାପଡ଼ା ଜିଲାବାସୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ବିପଦ ସାଜିଛି। ବିଷାକ୍ତ ଗ୍ୟାସ୍‌ ଫଳରେ ଚାଷ ଓ ଫସଲ ନଷ୍ଟ ହେଉଥିବା ବେଳେ ଚର୍ମରୋଗଠାରୁ ଆରମ୍ଭ କରି କ୍ୟାନ୍‌ସର ରୋଗର କାରଣ ସାଜିଛି। ଏ ନେଇ ଜିଲା ପ୍ରଶାସନର ଦୃଷ୍ଟିଆକର୍ଷଣ କରାଯାଇଥିଲେ ମଧ୍ୟ ପ୍ରଦୂଷଣ ରୋକିବାକୁ କୌଣସି କାର୍ଯ୍ୟାନୁଷ୍ଠାନ ନିିଆଯାଉନାହିଁ। ଏ ନେଇ ଏକ ମାମଲା ଏନ୍‌ଜିଟିରେ ହେବ ବୋଲି ସେ ପ୍ରକାଶ କରିଛନ୍ତି। ସାମାଜିକ କର୍ମୀ ପ୍ରତାପ ଚନ୍ଦ୍ର ପାଢୀ କହିଛନ୍ତି, ରାଜ୍ୟ ସରକାରଙ୍କ ସେଣ୍ଟ୍ରାଲ ଗ୍ରାଉଣ୍ଡ ୱାଟର ବୋର୍ଡ ୨୦୧୧ରେ କେନ୍ଦ୍ରାପଡ଼ା ଜିଲାରେ ଏକ ସର୍ଭେ କରିଥିଲା। ଭୂତଳ ଜଳକୁ ପରୀକ୍ଷା ପରେ ନାଇଟ୍ରେଟ, ଆଇରନ ଓ ଫ୍ଲୋରାଇଡ ଆବଶ୍ୟକତାଠାରୁ ବହୁ ପରିମାଣରେ ଜଳରେ ଥିବା ଜାଣିବାକୁ ପାଇଥିଲା। ୨୦୧୪ରେ ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ବାୟୋଟେକ୍ନୋଲୋଜିର ବି. ସି. ବେହେରା, ଭୁବନେଶ୍ୱରସ୍ଥିତ ଏମ୍‌ଆଇଟିଏସ୍‌ ସ୍କୁଲ ଅଫ୍‌ ବାୟୋଟେକ୍ନୋଲୋଜିର ଆର୍‌. ଆର୍‌. ମିଶ୍ର, ବେଙ୍ଗାଲୁରୁସ୍ଥିତ ଆଇଆର୍‌ଏସ୍‌ର ଏସ୍‌. କେ. ଦତ୍ତା ପ୍ରମୁଖ ଏକ ରିପୋର୍ଟ କରିଛନ୍ତି। ଏଥିରେ ବାୟୁ ପ୍ରଦୂଷଣ ସହ ଜଳ ମାତ୍ରାଧିକ ପ୍ରଦୂଷିତ ହୋଇଥିବା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଏଥିପାଇଁ ପଡୋଶୀ ୪ ଜିଲାର ଶିଳ୍ପକୁ ଦାୟୀ କରାଯାଇପାରେ। ବ୍ରାହ୍ମଣୀ ନଦୀରେ ତାଳଚେର ଜିଲାର ଶିଳ୍ପ ବର୍ଜ୍ୟବସ୍ତୁ ଛାଡୁଥିବା ବେଳେ ଏଥିରେ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପ ସାମିଲ ହୋଇଛି। ସେହିପରି ମହାନଦୀର ଜଳକୁ କଟକ ଓ ଜଗତ୍‌ସିଂହପୁର ଜିଲାର ଶିଳ୍ପାଞ୍ଚଳ ନଷ୍ଟ କରୁଥିବା ବେଳେ ଧାମରା ବନ୍ଦର ମଧ୍ୟ ଏହି ଜିଲାର ପରିବେଶକୁ ନଷ୍ଟ କରୁଛି। ଏସବୁ ଶିଳ୍ପାଞ୍ଚଳ କେନ୍ଦ୍ରାପଡ଼ା ଜିଲାର ରାସ୍ତାକୁ ଉପଯୋଗ କରୁଥିବା ବେଳେ ରାସାୟନିକ ବିପର୍ଯ୍ୟୟ ପାଇଁ କୌଣସି ତପତ୍ରତା ନାହିଁ। ସେହିପରି ପଡୋଶୀ ଜିଲା କେନ୍ଦ୍ରାପଡ଼ାରେ ସିଏସ୍‌ଆର ଫଣ୍ଡ ବିନିଯୋଗ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି। ସାମାଜିକ କର୍ମୀ ସୁବାଶିଷ ଷଡଙ୍ଗୀ କହିଛନ୍ତ, ଗତ ୨୦୨୧ରେ ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ ଦେଶର ୧୧୨ଟି ପ୍ରଦୂଷିତ ଅଞ୍ଚଳକୁ ଚିହ୍ନଟ କରିଛନ୍ତି। ଏଥିରେ ପାରାଦୀପ ବନ୍ଦର ୪୮ ତମ ସ୍ଥାନରେ ଅଛି। ପ୍ରଦୂଷଣ ଯୋଗୁ ଜାତୀୟ ଉଦ୍ୟାନ ଭିତରକନିକା ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ପଡିଛି। ଏପରିସ୍ଥିତି ଜାରି ରହିଲେ ଏହି ଅଭୟାରଣ୍ୟରେ ବହୁ ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ନିଶ୍ଚିହ୍ନ ହେବା ସହ ତଟକ୍ଷୟ ଦ୍ରୁତଗତିରେ ହେବ। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ବିଭାଗୀୟ ଅନୁଧ୍ୟାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ପରିବେଶ ବିଭାଗକୁ ଚିଠି ହୋଇଛି। ପ୍ରଦୂଷଣ କରୁଥିବା ପ୍ଲାଣ୍ଟଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଚିଠିରେ ଉଲ୍ଲେଖ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri