‘ଶିଳ୍ପ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆମ ଲକ୍ଷ୍ୟ’

ଭୁବନେଶ୍ୱର,୮।୨: ଦେଶର ପ୍ରମୁଖ ଆଲୁମିନିୟମ ଶିଳ୍ପ ସଂଘ ‘ଆଲୁମିନିୟମ ଆସୋସିଏସନ ଅଫ୍‌ ଇଣ୍ଡିଆ ଓ ବେଦାନ୍ତ ଆଲୁମିନିୟମର ମିଳିତ ସହଯୋଗରେ ଏକ ୨ଦିନିଆ ଅନ୍ତର୍ଜାତୀୟ ଆଲୁମିନିୟମ ସମ୍ମିଳନୀ-୨୦୨୩ (ଆଇଏସି-୨୩)ର ପ୍ରଥମ ସଂସ୍କରଣ ଝାରସୁଗୁଡ଼ାଠାରେ ହେବାକୁ ଯାଉଛି। ବିଶେଷକରି ମେକିଂ ଇଣ୍ଡିଆକୁ ଆଲୁମିନିୟମ କ୍ୟାପିଟାଲ ଅଫ୍‌ ୱାର୍ଲଡରେ ପରିଣତ କରିବା ଲକ୍ଷ୍ୟରେ ଏଭଳି ଏକ ଜାତୀୟସ୍ତରର ସମ୍ମିଳନୀ ଚଳିତ ବର୍ଷ ଫେବୃୟାରୀ ୯ ଓ ୧୦ରେ ବେଦାନ୍ତ ଆଲୁମିନିୟମ ଆନୁକୂଲ୍ୟରେ ଆୟୋଜିତ ହେବାକୁ ଯାଉଛି ବୋଲି ସଂଘ ପକ୍ଷରୁ କୁହାଯାଇଛି। ସେହିଭଳି ଉକ୍ତ ସମ୍ମିଳନୀରେ ଧାରଣା ଓ ସର୍ବୋତ୍ତମ ଅଭ୍ୟାସ ଆଦାନ ପ୍ରଦାନ କ୍ଷେତ୍ରରେ ନୂଆ ଉଦ୍ଭାବନ ଓ ବିକାଶ ପ୍ରଦର୍ଶନ ସହ ଶିଳ୍ପ କ୍ଷେତ୍ରରେ ସ୍ଥିରତାକୁ ପ୍ରୋତ୍ସାହନ ପାଇଁ ଏକ ପ୍ଲାଟ୍‌ଫର୍ମ ପ୍ରଦାନ କରିବ। ଏଠାରେ ପ୍ରାଥମିକ ଧାତୁ ଉପତ୍ାଦକ, ଯନ୍ତ୍ରପାତି ଯୋଗାଣକାରୀ, ଉପତ୍ାଦ ବିକାଶ ଦଳ, ଶିକ୍ଷାନୁଷ୍ଠାନ, ଅନୁସନ୍ଧାନ କେନ୍ଦ୍ର ଓ ବିଶିଷ୍ଟ ଆନ୍ତର୍ଜାତିକ ବିଶେଷଜ୍ଞ ସମେତ ବିଭିନ୍ନ ଅଂଶଗ୍ରହଣକାରୀଙ୍କ ବୈଷୟିକ ଉପସ୍ଥାପନା ପ୍ରଦର୍ଶିତ ହେବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଆଲୁମିନିୟମ ଆସୋସିଏସନ ଅଫ୍‌ ଇଣ୍ଡିଆର ସଭାପତି ତଥା ବେଦାନ୍ତ ଲିମିଟେଡ୍‌ର ସିଇଓ (ଆଲୁମିନିୟମ, ଶକ୍ତି ଓ ବନ୍ଦର ବ୍ୟବସାୟ) ରାହୁଲ ଶର୍ମା କହିଛନ୍ତି, ଆମେ ଆଲୁମିନିୟମ ଶିଳ୍ପର ଅସୀମ ସମ୍ଭାବନାକୁ ବିଶ୍ୱାସକରୁ ଏବଂ ଅନ୍ତର୍ଜାତୀୟ ଆଲୁମିନିୟମ ସମ୍ମିଳନୀର ପ୍ରଥମ ସଂସ୍କରଣ ଆୟୋଜନ କରି ବେଶ୍‌ ଗର୍ବିତ ଅନୁଭବ କରୁଛୁ। ଏପରିକି ଭାରତରେ ଆଲୁମିନିୟମର ବିପ୍ଳବ ପାଇଁ ଧାରଣା ସୃଷ୍ଟି କରାଇବା ଆଇଏସି-୨୦୨୩ ଆଲୁମିନିୟମ ଶିଳ୍ପ ଲାଗି ଏକତ୍ରିତ ହେବା ଓ ସ୍ଥାୟୀ ଭବିଷ୍ୟତ ଆଡ଼କୁ ଅଗ୍ରସର ହେବା ଲାଗି ଏକ ଅନନ୍ୟ ସୁଯୋଗ ପ୍ରଦାନ କରିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri