Posted inରାଜ୍ୟ

ମହାକାଳପଡ଼ା ଅଞ୍ଚଳରେ ଶିଳ୍ପ ଧୂଆଁ ବଢ଼ାଉଛି ତାପମାତ୍ରା

ମହାକାଳପଡ଼ା,୧୭ା୩ (ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ଶିଳ୍ପାଞ୍ଚଳରୁ ନିର୍ଗତ ଧୂଆଁର ପ୍ରଭାବ ପଡ଼ୋଶୀ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳରେ ଦେଖିବାକୁ ମିଳିଛି। ଧୂଆଁ ଯୋଗୁ ତାପମାତ୍ରା ବଢ଼ି ଚାଲିଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଶିଳ୍ପାଞ୍ଚଳର ନିର୍ଗତ ଧୂଆଁ ଯୋଗୁ ଉପକୂଳ ଅଞ୍ଚଳରେ ଛୋଟ ଛୋଟ ଶିଶୁଙ୍କ ଶରୀରରେ କୁଣ୍ଡେଇ ହେବା ସହ ଆଲର୍ଜି, ଜ୍ୱର ହେଉଛି ବୋଲି ବତୀଘର ଅଞ୍ଚଳର ଅବନୀ ମଣ୍ଡଳ, କ୍ଷୀତିଶ ବାଇନ, ଦିଲୀପ ଦାସ, ଅନୁକୂଳ ମଣ୍ଡଳ ପ୍ରମୁଖ ଅଭିଯୋଗ କରିଛନ୍ତି। ଏହା କେଉଁ କାରଣରୁ ହେଉଛି ତାହା ଜଣା ନ ପଡ଼ିଲେ ମଧ୍ୟ ବାୟୁମଣ୍ଡଳରେ ପ୍ରଦୂଷଣର ମାତ୍ରା ବୃଦ୍ଧି ଯୋଗୁ ହେଉଛି ବୋଲି ସେମାନେ କହୁଛନ୍ତି। ଅପରପକ୍ଷେ ଖରା ପ୍ରଭାବରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସ୍ଥାନୀୟ ଅଞ୍ଚଳର ଗାଡିଆ, ପୋଖରୀ, ଚୁଆ, କୂପ, ଖାଲପାଟ, ଯୋରି ଆଦି ଶୁଖିଗଲାଣି। ଗୋ ମହିଷାଦି ପାଣି ମୁନ୍ଦେ ପାଇଁ ଡହଳ ବିକଳ ହେଉଛନ୍ତି। ଖରା ଯୋଗୁ ଦିନ ୧୦ଟା ପରେ ଘରୁ ବାହାରିବା ଅସହ୍ୟ ହୋଇପଡୁଛି। ମହାକାଳପଡ଼ା ବ୍ଲକର ବତୀଘର, ଜମ୍ବୁ, ସୁନିତି, ନାଞ୍ଜୁରା, ଖରିନାସୀ, ରାମନଗର ଆଦି ଅଞ୍ଚଳ ସମେତ ବିଭିନ୍ନ ଗଁାରେ ତାପମାତ୍ର ବୃଦ୍ଧି ପାଇଛି। ଅପରପକ୍ଷେ ଶିଳ୍ପ ସଂସ୍ଥାଗୁଡିକରୁ ନିର୍ଗତ ଧୂଆଁ ଓ ଗ୍ୟାସ୍‌ ଯୋଗୁ ସ୍ଥାନୀୟ କୋଚିଳା, କେନ୍ତିଆ, ପଲ୍ଲିଗଡ଼, ପିତାପାଟ ଆଦି ଗଁାର ଲୋକେ ଅଣନିଃଶ୍ୱାସୀ ହୋଇପଡୁଛନ୍ତି ବୋଲି ହରି ଗୋଚ୍ଛାୟତ, ନାଥ କୁମାର ଭୋଳ, ଲୋକନାଥ ସ୍ବାଇଁ ପ୍ରମୁଖ କହିଛନ୍ତି। ଏମାନଙ୍କ କହିବା କଥା, ସପ୍ତାହେ ହେଲା ଭୀଷଣ ତାପମାତ୍ରା ବୃଦ୍ଧି ପାଇଛି। ଫଳରେ ଘରୁ ବାହାରକୁ ବାହାରିବା କଷ୍ଟ ହୋଇପଡୁଛି। ଖରାଦିନ ଆରମ୍ଭରୁ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?