ବିପଦ ସୃଷ୍ଟି ନ କରୁ ଶିଳ୍ପ ବର୍ଜ୍ୟ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ): ଶିଳ୍ପ ସଂସ୍ଥାଗୁଡ଼ିକରୁ ନିର୍ଗତ କଠିନ ବର୍ଜ୍ୟବସ୍ତୁ ଯେପରି ପୃଥିବୀକୁ ପ୍ରଦୂଷିତ ନ କରିବ ଏହା ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସେଥିପାଇଁ ସମସ୍ତ ଶିଳ୍ପସଂସ୍ଥା ବର୍ଜ୍ୟ ପରିଚାଳନାକୁ କଡ଼ାକଡ଼ି ଭାବେ ପାଳନ କରିବା ଦରକାର। ଏଥିପ୍ରତି ରହିଥିବା ନୀତିର ଅନୁସରଣ କରିବାକୁ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମତ ରଖିଛନ୍ତି। ରାଜ୍ୟ ପ୍ରଦୂଷଣ ବୋର୍ଡ ଏବଂ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସର ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ବିତୀୟ ଭର୍ଚୁଆଲ୍‌ ଇ-ସମ୍ମିଳନୀରେ ମଙ୍ଗଳବାର ଯୋଗଦେଇ ମନ୍ତ୍ରୀ ମିଶ୍ର କହିଛନ୍ତି, ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ନୂତନ ଜ୍ଞାନକୌଶଳର ଅବଲମ୍ବନ କରି ବର୍ଜ୍ୟବସ୍ତୁ ପରିଚାଳନା କରିବାକୁ ଦାୟିତ୍ବ ନେବା ଜରୁରୀ। ବିଶେଷକରି ଡାକ୍ତରଖାନାର କଠିନ ବର୍ଜ୍ୟ ବାୟୋ-ଟ୍ରିଟ୍‌ମେଣ୍ଟ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲେ। ଶିଳ୍ପସଂସ୍ଥାଗୁଡ଼ିକର ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦକ୍ଷତା ବିକାଶ ଏବଂ ଭିତ୍ତିଭୂମିର ବିକାଶ ବର୍ତ୍ତମାନର ଆବଶ୍ୟକତା ବୋଲି ସେ ଦର୍ଶାଇଛନ୍ତି। ଏ ଦିଗରେ ଉଦ୍ୟୋଗଗୁଡ଼ିକୁ ପ୍ରୋତ୍ସାହିତ କରାଯିବାର ଆବଶ୍ୟକତା ରହିଥିବାବେଳେ ଉଦ୍ୟୋଗୀମାନେ ମଧ୍ୟ ଆଗ୍ରହ ପ୍ରକାଶ କଲେ ସ୍ଥିତିରେ ଉନ୍ନତି ଆସିପାରିବ।
ସମ୍ମିଳନୀରେ ବିଶେଷଜ୍ଞମାନେ ଏ ଦିଗରେ ଆଗକୁ ରହିଥିବା ସମ୍ଭାବନାଗୁଡ଼ିକ ଉପରେ ଆଲୋଚନା କରିଛନ୍ତି। ଏହି ଇ- ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟ ସଚିବ କେ. ମୁରୁଗେସନ୍‌, ଗ୍ରୀନ୍‌ ଭୋରଟେକ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଶଙ୍କର ଶର୍ମା, ରାଜ୍ୟ ପ୍ରଦୂଷଣ ବୋର୍ଡର ମୁଖ୍ୟ ପରିବେଶ ଯନ୍ତ୍ରୀ ଏନ୍‌. ଆର୍‌. ସାହୁ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri