ବିପଦ ସୃଷ୍ଟି ନ କରୁ ଶିଳ୍ପ ବର୍ଜ୍ୟ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ): ଶିଳ୍ପ ସଂସ୍ଥାଗୁଡ଼ିକରୁ ନିର୍ଗତ କଠିନ ବର୍ଜ୍ୟବସ୍ତୁ ଯେପରି ପୃଥିବୀକୁ ପ୍ରଦୂଷିତ ନ କରିବ ଏହା ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସେଥିପାଇଁ ସମସ୍ତ ଶିଳ୍ପସଂସ୍ଥା ବର୍ଜ୍ୟ ପରିଚାଳନାକୁ କଡ଼ାକଡ଼ି ଭାବେ ପାଳନ କରିବା ଦରକାର। ଏଥିପ୍ରତି ରହିଥିବା ନୀତିର ଅନୁସରଣ କରିବାକୁ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମତ ରଖିଛନ୍ତି। ରାଜ୍ୟ ପ୍ରଦୂଷଣ ବୋର୍ଡ ଏବଂ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସର ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ବିତୀୟ ଭର୍ଚୁଆଲ୍‌ ଇ-ସମ୍ମିଳନୀରେ ମଙ୍ଗଳବାର ଯୋଗଦେଇ ମନ୍ତ୍ରୀ ମିଶ୍ର କହିଛନ୍ତି, ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ନୂତନ ଜ୍ଞାନକୌଶଳର ଅବଲମ୍ବନ କରି ବର୍ଜ୍ୟବସ୍ତୁ ପରିଚାଳନା କରିବାକୁ ଦାୟିତ୍ବ ନେବା ଜରୁରୀ। ବିଶେଷକରି ଡାକ୍ତରଖାନାର କଠିନ ବର୍ଜ୍ୟ ବାୟୋ-ଟ୍ରିଟ୍‌ମେଣ୍ଟ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲେ। ଶିଳ୍ପସଂସ୍ଥାଗୁଡ଼ିକର ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦକ୍ଷତା ବିକାଶ ଏବଂ ଭିତ୍ତିଭୂମିର ବିକାଶ ବର୍ତ୍ତମାନର ଆବଶ୍ୟକତା ବୋଲି ସେ ଦର୍ଶାଇଛନ୍ତି। ଏ ଦିଗରେ ଉଦ୍ୟୋଗଗୁଡ଼ିକୁ ପ୍ରୋତ୍ସାହିତ କରାଯିବାର ଆବଶ୍ୟକତା ରହିଥିବାବେଳେ ଉଦ୍ୟୋଗୀମାନେ ମଧ୍ୟ ଆଗ୍ରହ ପ୍ରକାଶ କଲେ ସ୍ଥିତିରେ ଉନ୍ନତି ଆସିପାରିବ।
ସମ୍ମିଳନୀରେ ବିଶେଷଜ୍ଞମାନେ ଏ ଦିଗରେ ଆଗକୁ ରହିଥିବା ସମ୍ଭାବନାଗୁଡ଼ିକ ଉପରେ ଆଲୋଚନା କରିଛନ୍ତି। ଏହି ଇ- ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟ ସଚିବ କେ. ମୁରୁଗେସନ୍‌, ଗ୍ରୀନ୍‌ ଭୋରଟେକ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଶଙ୍କର ଶର୍ମା, ରାଜ୍ୟ ପ୍ରଦୂଷଣ ବୋର୍ଡର ମୁଖ୍ୟ ପରିବେଶ ଯନ୍ତ୍ରୀ ଏନ୍‌. ଆର୍‌. ସାହୁ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri