Posted inଜାତୀୟ

ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ବାମୀ କଲେ ଏମିତି କାମ, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଜଣେ ଶିଳ୍ପପତି ନୂଆ ଘରେ ପ୍ରବେଶ କରିବା ସମୟରେ ଦିବଂଗତ ସ୍ତ୍ରୀଙ୍କ ଅଭାବ ପୂରଣ ପାଇଁ ଏକ ନୂଆ ପନ୍ଥା ଆପଣାଇଥିଲେ। ଶିଳ୍ପପତି ଶ୍ରୀନିବାସ ସ୍ତ୍ରୀଙ୍କ ଉପସ୍ଥିତିକୁ ଅନୁଭବ କରିବା ପାଇଁ ସ୍ତ୍ରୀ ମାଧବୀଙ୍କ ସିଲିକନ ମହମ ପ୍ରତିମୂର୍ତ୍ତି ସହିତ ତାଙ୍କ ନୂତନ ଘରେ ପ୍ରବେଶ କରିଥିଲେ। ଜୁଲାଇ ୨୦୧୭ ରେ ମାଧବୀଙ୍କର ଏକ କାର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।
ଏକ ସୁବର୍ଣ୍ଣ ଗୋଲାପୀ ରଙ୍ଗର ଶାଢି ପିନ୍ଧି ଜଣେ ମଧ୍ୟବୟସ୍କ ମହିଳା ଏକ ଧଳା ବିଛଣାରେ ବସିଛନ୍ତି। ତାଙ୍କ ସ୍ବାମୀ ତାଙ୍କ ପାଖରେ ବସି କାନ୍ଧରେ ହାତ ରଖିଛନ୍ତି। ଏହା ଅସଲି ନୁହେଁ ନକଲି ବୋଲି କେହି ସହଜରେ ଜାଣିପାରିବେ ନାହିଁ ି। ଅତି ନିକଟରୁ ଦେଖିଲେ ଏହା ଜୀବନ୍ତ ମହିଳା ନୁହେଁ ବରଂ ଏକ ପ୍ରତିମା ବୋଲି ଜଣାପଡିବ। ଶ୍ରୀନିବାସ ମୁର୍ତ୍ତୀ କହିଛନ୍ତି ଯେ ‘ମୁଁ ମୋ ସ୍ତ୍ରୀଙ୍କ ସ୍ମୃତିରେ କିଛି ବିଶେଷ କରିବାକୁ ଚାହୁଁଥିଲି। ତିନି ବର୍ଷ ପୂର୍ବେ ଏକ କାର ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ମାଧବୀ ତାଙ୍କ ଦୁଇ ଝିଅଙ୍କ ସହ ତିରୁପତି ଯାତ୍ରା କରୁଥିଲେ। ଦୁର୍ଘଟଣା ଘଟି ଟ୍ରକର ପଛପଟ କାର ଭିତରକୁ ପଶିଥିଲା। ଏଥିରେ ମାଧବୀ ତୁରନ୍ତ ମୃତ୍ୟୁବରଣ କଲେ।
ଏହି ଦୁର୍ଘଟଣାରେ ତାଙ୍କ ଝିଅମାନେ ସାମାନ୍ୟ ଆହତ ହୋଇଥିଲେ। ଶ୍ରୀନିବାସ କହିଛନ୍ତି ଯେ, ସେ ଦୁଇ ବର୍ଷ ପୂର୍ବେ ତାଙ୍କ ସ୍ମୃତିରେ ଏକ ଘର ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିଲେ। ସେ ୨୫ରୁ ଅଧିକ ସ୍ଥପତିଙ୍କ ସହ ଯୋଗାଯୋଗ କରିଥିଲେ, କିନ୍ତୁ କୌଣସି ସାହାଯ୍ୟ ପାଇଲେ ନାହିଁ। ଶେଷରେ ଜଣେ ସ୍ଥପତି ମୁଁ ଚାହୁଁଥିବା ମୂର୍ତ୍ତି କରିବାକୁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri