ଶିଳ୍ପମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୫ ହଜାର ଯୁବତୀଯୁବକଙ୍କ ଲାଗି ନିଯୁକ୍ତି ସୁଯୋଗ ହେବ ସୃଷ୍ଟି

ଭୁବନେଶ୍ୱର,୨।୮(ଅନିଲ ଦାସ):ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଡେରାସ ସ୍ଥିତ ସି-ଫୁଡ୍‌ ପାର୍କ ଶିଳ୍ପାଞ୍ଚଳ ଗସ୍ତକରି ଗୁରୁବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶିଳ୍ପାଞ୍ଚଳର ବିଭିନ୍ନ ଉଦ୍ୟୋଗ ବୁଲି ଦେଖିବା ସହ ଅଂଶୀଦାରମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କର ବିଭିନ୍ନ ଦାବି ଉପରେ ବିଚାରବିମର୍ଶ କରି ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଶିଳ୍ପୋଦ୍ୟୋଗ ପରିଦର୍ଶନ ପରେ ଏଠାରେ ଆୟୋଜିତ ଏକ ବୈଠକରେ ଯୋଗଦେଇ ମନ୍ତ୍ରୀ କହିଛନ୍ତି, ଇଡ୍‌କୋ ଦ୍ୱାରା ଅଧିକୃତ ୧୫୧ ଏକର ଜମିରୁ ୮୮ ଏକର ଜମିକୁ ଶିଳ୍ପ ପ୍ରତିଷ୍ଠା ପାଇଁ ଦିଆଯାଇଛି ା ଉକ୍ତ ଶିଳ୍ପାଞ୍ଚଳରେ ୧୭ଟି ସଂସ୍ଥା ସେମାନଙ୍କ ଉଦ୍ୟୋଗ ଖୋଲିବା ପାଇଁ ବ୍ୟବସ୍ଥା କରାଯାଇଛି ା ଏଥି ମଧ୍ୟରୁ ୩ଟି ସଂସ୍ଥା କାର୍ଯ୍ୟରତ ଥିବାବେଳେ ଆଉ ୪ଟି ସଂସ୍ଥା ସେମାନଙ୍କ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି। ଏଥିସହ ଆଉ ୧୦ଟି ସଂସ୍ଥା ନିଜ ନିଜର ଉଦ୍ୟୋଗ ଖୋଲିବା ପାଇଁ ଜମି ନେଇଛନ୍ତି ା ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ସହ କିଭଳି ଖୁବ୍‌ଶୀଘ୍ର ସେମାନେ ଉଦ୍ୟୋଗ ପ୍ରତିଷ୍ଠା କରିବେ ସେ ଦିଗରେ ପଦକ୍ଷେପ ନେବାକୁ ମନ୍ତ୍ରୀ କହିଛନ୍ତି ା ଏହାଦ୍ୱାରା ପ୍ରାୟ ୧୦ ହଜାର ମହିଳାଙ୍କ ସମେତ ୧୫ ହଜାର ଯୁବତୀଯୁବକ ରୋଜଗାର କ୍ଷମ ହୋଇପାରିବେ। ଏତଦ୍‌ବ୍ୟତୀତ ଏହି ଶିଳ୍ପକ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ ା ଏ ସଂକ୍ରାନ୍ତରେ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ବିଚାରବିମର୍ଶ ଜାରି ରଖିଛନ୍ତି ା ରାଜ୍ୟରେ ଶିଳ୍ପାୟନକୁ ଗୁରୁତ୍ୱ ଦେବା ସହ ବିଭିନ୍ନ ଜିଲାରେ ଏହିଭଳି ଆଉ ୧୧ଟି ଫୁଡ୍‌ ପାର୍କ ପ୍ରତିଷ୍ଠା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥି ନିମନ୍ତେ ସ୍ଥଳ ବିଶେଷରେ ଥିବା ବିିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିଶୁ୍ରତି ଦେବା ସହ ଉଦ୍ୟୋଗ ପ୍ରତିଷ୍ଠା କ୍ଷେତ୍ରରେ ମନ୍ତ୍ରୀ ସ୍ଥାନୀୟ ଲୋକଙ୍କ ସହଯୋଗ ଲୋଡ଼ିଥିଲେ। ଏହା ପୂର୍ବରୁ ମନ୍ତ୍ରୀ ୩ ଗୋଟି ଇଣ୍ଡଷ୍ଟ୍ରିଆଲ୍‌ ୟୁନିଟ୍‌ ବୁଲି ଦେଖିଥିଲେ ା ମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ଦଳାଇ, ସିଜିଏମ୍‌ ବିଜୟ ଚନ୍ଦ୍ର ତ୍ରିପାଠୀ, ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଉପଜିଲାପାଳ ନୀତୀଶ ତ୍ରିପାଠୀ, ଇଡ୍‌କୋ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ସ୍ଥାନୀୟ ବାସିନ୍ଦା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri