ଶିଳ୍ପମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୫ ହଜାର ଯୁବତୀଯୁବକଙ୍କ ଲାଗି ନିଯୁକ୍ତି ସୁଯୋଗ ହେବ ସୃଷ୍ଟି

ଭୁବନେଶ୍ୱର,୨।୮(ଅନିଲ ଦାସ):ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଡେରାସ ସ୍ଥିତ ସି-ଫୁଡ୍‌ ପାର୍କ ଶିଳ୍ପାଞ୍ଚଳ ଗସ୍ତକରି ଗୁରୁବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶିଳ୍ପାଞ୍ଚଳର ବିଭିନ୍ନ ଉଦ୍ୟୋଗ ବୁଲି ଦେଖିବା ସହ ଅଂଶୀଦାରମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କର ବିଭିନ୍ନ ଦାବି ଉପରେ ବିଚାରବିମର୍ଶ କରି ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଶିଳ୍ପୋଦ୍ୟୋଗ ପରିଦର୍ଶନ ପରେ ଏଠାରେ ଆୟୋଜିତ ଏକ ବୈଠକରେ ଯୋଗଦେଇ ମନ୍ତ୍ରୀ କହିଛନ୍ତି, ଇଡ୍‌କୋ ଦ୍ୱାରା ଅଧିକୃତ ୧୫୧ ଏକର ଜମିରୁ ୮୮ ଏକର ଜମିକୁ ଶିଳ୍ପ ପ୍ରତିଷ୍ଠା ପାଇଁ ଦିଆଯାଇଛି ା ଉକ୍ତ ଶିଳ୍ପାଞ୍ଚଳରେ ୧୭ଟି ସଂସ୍ଥା ସେମାନଙ୍କ ଉଦ୍ୟୋଗ ଖୋଲିବା ପାଇଁ ବ୍ୟବସ୍ଥା କରାଯାଇଛି ା ଏଥି ମଧ୍ୟରୁ ୩ଟି ସଂସ୍ଥା କାର୍ଯ୍ୟରତ ଥିବାବେଳେ ଆଉ ୪ଟି ସଂସ୍ଥା ସେମାନଙ୍କ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି। ଏଥିସହ ଆଉ ୧୦ଟି ସଂସ୍ଥା ନିଜ ନିଜର ଉଦ୍ୟୋଗ ଖୋଲିବା ପାଇଁ ଜମି ନେଇଛନ୍ତି ା ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ସହ କିଭଳି ଖୁବ୍‌ଶୀଘ୍ର ସେମାନେ ଉଦ୍ୟୋଗ ପ୍ରତିଷ୍ଠା କରିବେ ସେ ଦିଗରେ ପଦକ୍ଷେପ ନେବାକୁ ମନ୍ତ୍ରୀ କହିଛନ୍ତି ା ଏହାଦ୍ୱାରା ପ୍ରାୟ ୧୦ ହଜାର ମହିଳାଙ୍କ ସମେତ ୧୫ ହଜାର ଯୁବତୀଯୁବକ ରୋଜଗାର କ୍ଷମ ହୋଇପାରିବେ। ଏତଦ୍‌ବ୍ୟତୀତ ଏହି ଶିଳ୍ପକ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ ା ଏ ସଂକ୍ରାନ୍ତରେ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ବିଚାରବିମର୍ଶ ଜାରି ରଖିଛନ୍ତି ା ରାଜ୍ୟରେ ଶିଳ୍ପାୟନକୁ ଗୁରୁତ୍ୱ ଦେବା ସହ ବିଭିନ୍ନ ଜିଲାରେ ଏହିଭଳି ଆଉ ୧୧ଟି ଫୁଡ୍‌ ପାର୍କ ପ୍ରତିଷ୍ଠା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥି ନିମନ୍ତେ ସ୍ଥଳ ବିଶେଷରେ ଥିବା ବିିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିଶୁ୍ରତି ଦେବା ସହ ଉଦ୍ୟୋଗ ପ୍ରତିଷ୍ଠା କ୍ଷେତ୍ରରେ ମନ୍ତ୍ରୀ ସ୍ଥାନୀୟ ଲୋକଙ୍କ ସହଯୋଗ ଲୋଡ଼ିଥିଲେ। ଏହା ପୂର୍ବରୁ ମନ୍ତ୍ରୀ ୩ ଗୋଟି ଇଣ୍ଡଷ୍ଟ୍ରିଆଲ୍‌ ୟୁନିଟ୍‌ ବୁଲି ଦେଖିଥିଲେ ା ମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ଦଳାଇ, ସିଜିଏମ୍‌ ବିଜୟ ଚନ୍ଦ୍ର ତ୍ରିପାଠୀ, ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଉପଜିଲାପାଳ ନୀତୀଶ ତ୍ରିପାଠୀ, ଇଡ୍‌କୋ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ସ୍ଥାନୀୟ ବାସିନ୍ଦା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?