ଶିଳ୍ପାନୁଷ୍ଠାନରେ ପ୍ରଦୂଷଣ ଯାଞ୍ଚ

ଢେଙ୍କାନାଳ ଅଫିସ, ୨୭।୯: ଓଡ଼ିଶା ବିଧାନସଭା ପ୍ରଦୂଷଣ ନିୟନ୍ତ୍ରଣ ସବ୍‌କମିଟି ସଦସ୍ୟ ସୋମବାର ଢେଙ୍କାନାଳ ଜିଲାର ବିଭିନ୍ନ ଶିଳ୍ପାନୁଷ୍ଠାନ ପରିଦର୍ଶନ କରି ପ୍ରଦୂଷଣ ସ୍ଥିତି ଯାଞ୍ଚ କରିଛନ୍ତି। କମିଟି ଅଧ୍ୟକ୍ଷ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ନେତୃତ୍ୱରେ ବିଧାୟକ ସାରଦା ପ୍ରସାଦ ନାୟକ, ବିଧାୟିକା ମିନାକ୍ଷୀ ମହାନ୍ତ, ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଉକ୍ତ ଟିମ୍‌ରେ ଆସିଥିଲେ। ପ୍ରଦୂଷଣକୁ ଯଥାସାଧ୍ୟ ନିୟନ୍ତ୍ରଣରେ ରଖିବା ଲାଗି ବ୍ୟବସ୍ଥା କରିବାକୁ କମିଟି ସଦସ୍ୟ ଶିଳ୍ପାନୁଷ୍ଠାନ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି। ଶିଳ୍ପାନୁଷ୍ଠାନର ପାଉଁଶ ପରିବହନ ଯୋଗୁ ୫୫ନଂ. ଜାତୀୟ ରାଜପଥରେ ଧୂଳି ଜମୁଥିବାରୁ ଏହାକୁ ନେଇ କମିଟି ସଦସ୍ୟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଶିଳ୍ପାନୁଷ୍ଠାନ ନିକଟ ଜାତୀୟ ରାଜପଥରେ ପାଣି ସିଞ୍ଚନ, ପରିବେଶ ସୁରକ୍ଷା ପାଇଁ ଅଧିକ ବନୀକରଣ, ଇ-ଯାନ ବ୍ୟବହାରକୁ ଗୁରୁତ୍ୱ ଦେବାକୁ ସେମାନେ କହିଛନ୍ତି।
ଜିଲାପାଳ ସରୋଜ କୁମାର ସେଠୀ, ଡିଏଫ୍‌ଓ ଡା. ପ୍ରକାଶଚାନ୍ଦ ଗୋଗିନେନି, ଅନୁଗୋଳ ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଢେଙ୍କାନାଳ ଅତିରିକ୍ତ ଜିଲାପାଳ ଉଦୟ ମହାପାତ୍ର, ଅନୁଗୋଳସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟ ଅଧିକାରୀ ଡ. ଏ.କେ. ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବିଧାନସଭା ପ୍ରଦୂଷଣ ନିୟନ୍ତ୍ରଣ ସବ୍‌କମିଟି ସଦସ୍ୟ ପର୍ଯ୍ୟାୟକ୍ରମେ ନର୍ଭେରାମ କମ୍ପାନୀ, ଏମ୍‌ଜିଏମ୍‌ ଏବଂ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ କମ୍ପାନୀ ପରିଦର୍ଶନ କରିଥିଲେ। ଟାଟାଷ୍ଟିଲ ପକ୍ଷରୁ ପ୍ରଦୂଷଣ ରୋକିବା, ପାରିପାର୍ଶ୍ୱିକ ଉନ୍ନୟନ କାର୍ଯ୍ୟ, କ୍ରୀଡ଼ାର ବିକାଶ ପାଇଁ ନିଆଯାଇଥିବା ବହୁବିଧ କାର୍ଯ୍ୟକ୍ରମର ଅନୁଧ୍ୟାନ କରିଥିଲେ। ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥଠାରୁ ଦୂରରେ ବନୀକରଣ ପାଇଁ ଶିଳ୍ପାନୁଷ୍ଠାନ ଅଧିକାରୀମାନଙ୍କୁ କମିଟି ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri